ଚୋରାଚାଲାଣ ସମୟରେ ଉଦ୍ଧାର ହୋଇଥିବା ମଇଁଷିକୁ ନେଇ ଯାଉଥିବାବେଳେ ପୋଲିସକୁ ଦେଖାଇଲେ ବନ୍ଧୁକ, ଆଉ ତା’ପରେ…

ପାଟଣା,୨୨।୯(ବୀର କିଶୋର ଦାଶ): ଗତ ୨୦ ତାରିଖରେ ଠାକୁରମୁଣ୍ଡା ଥାନାରୁ ଜବତ ପିକଅପ ଭ୍ୟାନରେ ୬ ମଇଁଷିକୁ ନେଇ କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ରାଜନଗର ନନ୍ଦିନୀ ଗୋଶାଳାକୁ ଅଣାଯାଉଥିବା ସମୟରେ ପୋଲିସକୁ ପିସ୍ତଲ ଦେଖାଇ ୨ ଗିରଫ ହୋଇଛନ୍ତି। ରାଜନଗର ବୈତରଣୀ ନଦୀ ପୋଲ ନିକଟରୁ ଠାକୁରମୁଣ୍ଡା ପୋଲିସକୁ ପିସ୍ତଲ ଦେଖାଇ ପିକଅପ ଭ୍ୟାନକୁ ଛଡ଼ାଇ ନେଇଯାଇଥିବା ଅଭିଯୋଗରେ ସୋମବାର ତୁରୁମୁଙ୍ଗା ୨ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ଅପହରଣ କରି ନେଇଥିବା ଓଡ଼ି ୦୪ୟୁ୧୧୭୩ନମ୍ବର ପିକଅପ ଗାଡିକୁ ଠାକୁରମୁଣ୍ଡା ପୋଲିସ ଯାଜପୁର ଜିଲା ଧର୍ମଶାଳାରୁ ଉଦ୍ଧାର କରି ଗାଡି ସହ ଦୁଇ ଜଣକୁ ଆଣି ତୁରୁମୁଙ୍ଗା ପୋଲିସକୁ ଜିମା ଦେଇଥିଲା। ଠାକୁରମୁଣ୍ଡା ଥାନାର ହୋମଗାର୍ଡ ଇନ୍ଦ୍ରମଣି ନାଏକ ଅଭିଯୋଗ ଆଧାରରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗାଡି ମାଲିକ ଯାଜପୁର ଜିଲା ଧର୍ମଶାଳା ଥାନା ଜାରକା ଜାମୁବଣିଆ ସାହିର ସୁବ୍ରତ ମହାରଣା(୩୬) ଏବଂ ତାଙ୍କ ସହଯୋଗୀ ମୃତ୍ୟୁଞ୍ଜୟ ରଥ (୨୭) । ଏନେଇ ତୁରୁମୁଙ୍ଗା ଥାନା ରେ ୨୩୭/୨୫ ରେ ମାମଲା ରୁଜୁ ହେବା ସହ ଏସଆଇ କିରଣ ସାହୁ ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri