ଚୋରାଚାଲାଣ ସମୟରେ ଉଦ୍ଧାର ହୋଇଥିବା ମଇଁଷିକୁ ନେଇ ଯାଉଥିବାବେଳେ ପୋଲିସକୁ ଦେଖାଇଲେ ବନ୍ଧୁକ, ଆଉ ତା’ପରେ…

ପାଟଣା,୨୨।୯(ବୀର କିଶୋର ଦାଶ): ଗତ ୨୦ ତାରିଖରେ ଠାକୁରମୁଣ୍ଡା ଥାନାରୁ ଜବତ ପିକଅପ ଭ୍ୟାନରେ ୬ ମଇଁଷିକୁ ନେଇ କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ରାଜନଗର ନନ୍ଦିନୀ ଗୋଶାଳାକୁ ଅଣାଯାଉଥିବା ସମୟରେ ପୋଲିସକୁ ପିସ୍ତଲ ଦେଖାଇ ୨ ଗିରଫ ହୋଇଛନ୍ତି। ରାଜନଗର ବୈତରଣୀ ନଦୀ ପୋଲ ନିକଟରୁ ଠାକୁରମୁଣ୍ଡା ପୋଲିସକୁ ପିସ୍ତଲ ଦେଖାଇ ପିକଅପ ଭ୍ୟାନକୁ ଛଡ଼ାଇ ନେଇଯାଇଥିବା ଅଭିଯୋଗରେ ସୋମବାର ତୁରୁମୁଙ୍ଗା ୨ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ଅପହରଣ କରି ନେଇଥିବା ଓଡ଼ି ୦୪ୟୁ୧୧୭୩ନମ୍ବର ପିକଅପ ଗାଡିକୁ ଠାକୁରମୁଣ୍ଡା ପୋଲିସ ଯାଜପୁର ଜିଲା ଧର୍ମଶାଳାରୁ ଉଦ୍ଧାର କରି ଗାଡି ସହ ଦୁଇ ଜଣକୁ ଆଣି ତୁରୁମୁଙ୍ଗା ପୋଲିସକୁ ଜିମା ଦେଇଥିଲା। ଠାକୁରମୁଣ୍ଡା ଥାନାର ହୋମଗାର୍ଡ ଇନ୍ଦ୍ରମଣି ନାଏକ ଅଭିଯୋଗ ଆଧାରରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗାଡି ମାଲିକ ଯାଜପୁର ଜିଲା ଧର୍ମଶାଳା ଥାନା ଜାରକା ଜାମୁବଣିଆ ସାହିର ସୁବ୍ରତ ମହାରଣା(୩୬) ଏବଂ ତାଙ୍କ ସହଯୋଗୀ ମୃତ୍ୟୁଞ୍ଜୟ ରଥ (୨୭) । ଏନେଇ ତୁରୁମୁଙ୍ଗା ଥାନା ରେ ୨୩୭/୨୫ ରେ ମାମଲା ରୁଜୁ ହେବା ସହ ଏସଆଇ କିରଣ ସାହୁ ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri