ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା

ଫୁଲବାଣୀ ଅଫିସ/ଚକାପାଦ,୨୮ା୩: କନ୍ଧମାଳ ଜିଲା ଚକାପାଦ ଥାନା ପସରା ପଞ୍ଚାୟତରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି । ହତ୍ୟା ପରେ ମୃତଦେହକୁ ପୋତି ଦିଆଯାଇଛି। ମୃତକ ହେଲେ ଜୁଇଖୋଲ ଗ୍ରାମର ରଇବାରିଆ କହଁର(୬୫)। ସୋମବାର ଏହି ଘଟଣା ସାମ୍ନାକୁ ଆସିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ୪ ଜଣଙ୍କୁ ଅଟକ ରଖି ଅଧିକ ପଚରାଉଚୁରା କରୁଛି। ଗିରଫ ୨ ଅଭିଯୁକ୍ତ ଟଣଙ୍ଗପଦର ଗ୍ରାମର ଶିବ ବେହେରା ଓ ଜୁଇଖୋଲର ଗୁଡ୍ରୁ ପ୍ରଧାନଙ୍କୁ କୋର୍ଟ ଚାଲାଣ କରାଯାଇଛି।

ମିଳିଥିବା ସୁଚନା ଅନୁସାରେ, ରଇବାରିଆ ଗାଁରେ ଝଡ଼ାଫୁଙ୍କା କରନ୍ତି। ପ୍ରାୟ ୧୦ରୁ ୧୨ବର୍ଷ ତଳେ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ସେ ହାଣି ଦେଇଥିଲେ। ଏହି ଘଟଣାରେ ତାଙ୍କୁ ଜେଲ ଯିବାକୁ ପଡିଥିଲା। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ଲାଗି ରହୁଥିଲା । ରଇବାରିଆଙ୍କ ପରିବାର ଗୋଟିଏ ପଟେ ଓ ଗାଁ ଲୋକେ ଗୋଟିଏ ପଟରେ ଥିଲେ। ଗତ ୨୨ ତାରିଖରେ ରଇବାରିଆ ଗ୍ରାମରୁ ସାଇକେଲରେ କାଠ ଧରି ପସରା ଗ୍ରାମକୁ ବିକ୍ରି କରିବାକୁ ଯାଇଥିଲେ। ସେଠାରୁ ଫେରିବା ବେଳେ ଦୁଇ କି.ମି. ଦୂର ଟଣକିପଦର ଗ୍ରାମ ନିକଟ ଜଙ୍ଗଲରେ ପୂର୍ବରୁ ଛପି ରହିଥିବା ଶିବ ଓ ଗୁଡ୍ରୁ ପଛପଟୁ କାଠ ଫାଳିଆରେ ତାଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ରଇବାରିଆଙ୍କ ମୃତ୍ୟୁ ଘଟିଥିଲା। ଅଭିଯୁକ୍ତଦ୍ୱୟ ମୃତଦେହକୁ ୨୦୦ ମିଟର ଦୂରକୁ ନେଇ ଗାତ ଖୋଳି ପୋତି ଦେଇଥିଲେ। ସାଇକେଲକୁ କିଛି ଦୂରରେ ଥିବା ଝିକ ଗୁମ୍ଫାରେ ଫୋପାଡି ଚାଲି ଯାଇଥିଲେ। ସେପଟେ ରାଇବାରିଆ ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରି ନିରାଶ ହୋଇଥିଲେ। କୌଣସିଠାରେ ତାଙ୍କର ଖୋଜ ଖବର ନ ମିଳବାରୁ ଶେଷରେ ନିରାଶ ହୋଇ ପୁଅ ମୁନା ଗତ ୨୬ ତାରିଖରେ ଏ ନେଇ ପସରା ଫାଣ୍ଡିରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଚକାପାଦ ଥାନା ଅଧିକାରୀ ଅମ୍ବିକା ପ୍ରସାଦ ପଟ୍ଟନାୟକ ଏକ ଟିମ ଗଠନ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ଗ୍ରାମର କେତେଜଣ ବ୍ୟକ୍ତିଙ୍କୁ ଆଣି ପଚରାଉଚୁରା କରିବାରୁ ଘଟଣା ବିଷୟରେ ଜଣାପଡ଼ିଥିଲା। ରଇବାରିଆଙ୍କୁ ଗୁଡ୍ରୁ ଏବଂ ଶିବ ମାରିଥିବା ସ୍ବୀକାର କରିଥିଲେ । ଏ ନେଇ ଥାନାରେ ନଂ.୧୫/୨୨ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri