ଲୁହା ସାମଗ୍ରୀ ଚୋରି କରି ୨ ଗିରଫ

ବଡ଼ବିଲ,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଷ୍ଟେଶନ ରୋଡ୍‌ସ୍ଥିତ ଇଣ୍ଡଷ୍ଟ୍ରିଆଲ ଏରିଆର ଏକ ଓ୍ବାର୍କଶପ୍‌ରୁ ବିଭିନ୍ନ ଲୁହା ସାମଗ୍ରୀ ଚୋରି ଅଭିଯୋଗରେ ପୋଲିସ ବୁଧବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବିଲ ଲକ୍ଷ୍ମୀନଗର ଅଞ୍ଚଳର ସୁନୀଲ ପାତ୍ର ଏବଂ ଇନ୍ଦିରା କଲୋନୀ ଅଞ୍ଚଳର ରଘୁନାଥ ଗୋପ।
ସୂଚାନୁଯାୟୀ, ବଡ଼ବିଲ ଇଣ୍ଡଷ୍ଟ୍ରିଆଲ ଏରିଆସ୍ଥିତ ବଡ଼ବିଲ ଷ୍ଟିଲ୍‌ ଫେବ୍ରିକେଶନ ଓ୍ବାର୍କଶପରୁ ଗତ ସୋମବାର ବିଳମ୍ବିତ ରାତିରେ ଦୁଇ ଜଣ ଦୁର୍ବୃତ୍ତ ବିଭିନ୍ନ ଲୁହା ସାମଗ୍ରୀ ଚୋରି କରିଥିବା ନେଇ ମଙ୍ଗଳବାର ଅଭିଯୋଗ କରିଥିଲେ। ତେବେ ପୋଲିସ ବଡ଼ବିଲ ଥାନା କେସ ନଂ. ୮୯/୨୨ରେ ଏ ନେଇ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା। ବୁଧବାର ପୋଲିସ ଉକ୍ତ ଚୋରିରେ ସଂପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଚୋରି ଯାଇଥିବା ସାମଗ୍ରୀଗୁଡ଼ିକୁ ଉଦ୍ଧାର କରିଥିବା ଜଣାପଡ଼ିଛି। ବୁଧବାର ଅଭିଯୁକ୍ତ ଦ୍ୱୟଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri