ଅବସରପ୍ରାପ୍ତ ପୋଲିସ ଏଏସ୍‌ଆଇଙ୍କ ସମେତ ୨ ଗିରଫ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ପୋଲିସ ପରିଚୟ ଦେଇ ମିଛ ମାମଲାରେ ଫସାଇବାକୁ ଧମକାଇ ଲୋକଙ୍କଠାରୁ ଟଙ୍କା ଆଦାୟ କରୁଥିବା ୨ଜଣଙ୍କୁ ଲିଙ୍ଗରାଜ ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଶହୀଦନଗର ଥାନାଞ୍ଚଳରେ ରହୁଥିବା ଅବସରପ୍ରାପ୍ତ ପୋଲିସ ଏଏସ୍‌ଆଇ ଜ୍ଞାନରଞ୍ଜନ ମହାନ୍ତି (୬୦) ଓ ନୟାପଲ୍ଲୀର କାହ୍ନୁଚରଣ ସାହୁ(୫୮)। ପୋଲିସ ଆଇପିସି ଦଫା ୩୯୪ ଓ ୯୪ରେ ମାମଲା (ନଂ. ୪୦/୨୦୨୨) ରୁଜୁ କରି ସେମାନଙ୍କୁ କୋର୍ଟ ଚାଲାଣ କରିଛି।
ସୂଚନା ଅନୁଯାୟୀ, ଅଭିଯୁକ୍ତ ଜ୍ଞାନରଞ୍ଜନ ରାଜ୍ୟ ପୋଲିସର କମ୍ୟୁନେଶନ ବିଭାଗରୁ ଏଏସ୍‌ଆଇ ଭାବେ ନିକଟରେ ଅବସର ଗ୍ରହଣ କରିଛନ୍ତି। ସେ ସହଯୋଗୀ କାହ୍ନୁଚରଣଙ୍କ ସହ ଶହୀଦନଗର ଓ ସତ୍‌ସଙ୍ଗବିହାର ଅଞ୍ଚଳରେ ବୁଲାବୁଲି କରନ୍ତି। ଲୋକଙ୍କ କାର୍ଯ୍ୟକଳାପକୁ ଲକ୍ଷ୍ୟ କରିବା ସହ ସୁଯୋଗ ଦେଖି ଏକୁଟିଆ ଦେଖି ବାଇକରେ ପିଛା କରନ୍ତି। ସେମାନଙ୍କୁ ଅଟକାଇବା ପରେ ନିଜକୁ ପୋଲିସ ବା ସ୍ପେଶାଲ ସ୍କ୍ବାଡ୍‌ କର୍ମଚାରୀ ଭାବେ ପରିଚୟ ଦେଇ ଭୟଭୀତ କରନ୍ତି। କେତେକ କ୍ଷେତ୍ରରେ ସେମାନଙ୍କୁ ଗିରଫ କରିବାକୁ ଧମକ ଦେଇ ଟଙ୍କାପଇସା ଲୁଟ୍‌ କରିଥାନ୍ତି। ନିକଟରେ ୨ ଅଭିଯୁକ୍ତ ନିଜକୁ ପୋଲିସ କର୍ମଚାରୀ କହି ମିଛ ମାମଲାରେ ଫସେଇ ଦେବାର ଧମକ ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୮ ହଜାର ଟଙ୍କା ନେଇଯାଇଥିଲେ। ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ମିଳିତ ତଦନ୍ତ କରି ଅଭିଯୁକ୍ତ ଓ ସେମାନଙ୍କ ଦ୍ୱାରା ବ୍ୟବହୃତ ଗାଡି ବିଷୟରେ ତଥ୍ୟ ହାସଲ କରିଥିଲା। ସେମାନଙ୍କୁ ଗିରଫ କରିବା ସହ ଅପରାଧରେ ବ୍ୟବହୃତ ଗାଡିକୁ ମଧ୍ୟ ଜବତ କରାଯାଇଛି। ପୋଲିସ ଘଟଣାରେ ଅଧିକ ତଦନ୍ତ ଚଳାଇଛି। ଅପରପକ୍ଷେ ଯଦି କୌଣସି ବ୍ୟକ୍ତି ଏହିପରି ଲୁଟ୍‌ର ଶିକାର ହୋଇଥାନ୍ତି, ତାହାହେଲେ ନିକଟ ଥାନା କିମ୍ବା କଣ୍ଟ୍ରୋଲ ରୁମ୍‌କୁ ଯୋଗାଯୋଗ କରି ତଥ୍ୟ ପ୍ରଦାନ କରିବା ପାଇଁ ଭୁବନେଶ୍ୱର ସହରାଞ୍ଚଳ ଜିଲା ପୋଲିସ ତରଫରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୨ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri