ଅବସରପ୍ରାପ୍ତ ପୋଲିସ ଏଏସ୍‌ଆଇଙ୍କ ସମେତ ୨ ଗିରଫ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ପୋଲିସ ପରିଚୟ ଦେଇ ମିଛ ମାମଲାରେ ଫସାଇବାକୁ ଧମକାଇ ଲୋକଙ୍କଠାରୁ ଟଙ୍କା ଆଦାୟ କରୁଥିବା ୨ଜଣଙ୍କୁ ଲିଙ୍ଗରାଜ ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଶହୀଦନଗର ଥାନାଞ୍ଚଳରେ ରହୁଥିବା ଅବସରପ୍ରାପ୍ତ ପୋଲିସ ଏଏସ୍‌ଆଇ ଜ୍ଞାନରଞ୍ଜନ ମହାନ୍ତି (୬୦) ଓ ନୟାପଲ୍ଲୀର କାହ୍ନୁଚରଣ ସାହୁ(୫୮)। ପୋଲିସ ଆଇପିସି ଦଫା ୩୯୪ ଓ ୯୪ରେ ମାମଲା (ନଂ. ୪୦/୨୦୨୨) ରୁଜୁ କରି ସେମାନଙ୍କୁ କୋର୍ଟ ଚାଲାଣ କରିଛି।
ସୂଚନା ଅନୁଯାୟୀ, ଅଭିଯୁକ୍ତ ଜ୍ଞାନରଞ୍ଜନ ରାଜ୍ୟ ପୋଲିସର କମ୍ୟୁନେଶନ ବିଭାଗରୁ ଏଏସ୍‌ଆଇ ଭାବେ ନିକଟରେ ଅବସର ଗ୍ରହଣ କରିଛନ୍ତି। ସେ ସହଯୋଗୀ କାହ୍ନୁଚରଣଙ୍କ ସହ ଶହୀଦନଗର ଓ ସତ୍‌ସଙ୍ଗବିହାର ଅଞ୍ଚଳରେ ବୁଲାବୁଲି କରନ୍ତି। ଲୋକଙ୍କ କାର୍ଯ୍ୟକଳାପକୁ ଲକ୍ଷ୍ୟ କରିବା ସହ ସୁଯୋଗ ଦେଖି ଏକୁଟିଆ ଦେଖି ବାଇକରେ ପିଛା କରନ୍ତି। ସେମାନଙ୍କୁ ଅଟକାଇବା ପରେ ନିଜକୁ ପୋଲିସ ବା ସ୍ପେଶାଲ ସ୍କ୍ବାଡ୍‌ କର୍ମଚାରୀ ଭାବେ ପରିଚୟ ଦେଇ ଭୟଭୀତ କରନ୍ତି। କେତେକ କ୍ଷେତ୍ରରେ ସେମାନଙ୍କୁ ଗିରଫ କରିବାକୁ ଧମକ ଦେଇ ଟଙ୍କାପଇସା ଲୁଟ୍‌ କରିଥାନ୍ତି। ନିକଟରେ ୨ ଅଭିଯୁକ୍ତ ନିଜକୁ ପୋଲିସ କର୍ମଚାରୀ କହି ମିଛ ମାମଲାରେ ଫସେଇ ଦେବାର ଧମକ ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୮ ହଜାର ଟଙ୍କା ନେଇଯାଇଥିଲେ। ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ମିଳିତ ତଦନ୍ତ କରି ଅଭିଯୁକ୍ତ ଓ ସେମାନଙ୍କ ଦ୍ୱାରା ବ୍ୟବହୃତ ଗାଡି ବିଷୟରେ ତଥ୍ୟ ହାସଲ କରିଥିଲା। ସେମାନଙ୍କୁ ଗିରଫ କରିବା ସହ ଅପରାଧରେ ବ୍ୟବହୃତ ଗାଡିକୁ ମଧ୍ୟ ଜବତ କରାଯାଇଛି। ପୋଲିସ ଘଟଣାରେ ଅଧିକ ତଦନ୍ତ ଚଳାଇଛି। ଅପରପକ୍ଷେ ଯଦି କୌଣସି ବ୍ୟକ୍ତି ଏହିପରି ଲୁଟ୍‌ର ଶିକାର ହୋଇଥାନ୍ତି, ତାହାହେଲେ ନିକଟ ଥାନା କିମ୍ବା କଣ୍ଟ୍ରୋଲ ରୁମ୍‌କୁ ଯୋଗାଯୋଗ କରି ତଥ୍ୟ ପ୍ରଦାନ କରିବା ପାଇଁ ଭୁବନେଶ୍ୱର ସହରାଞ୍ଚଳ ଜିଲା ପୋଲିସ ତରଫରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?