ଆନ୍ତଃରାଜ୍ୟ ଚୋର ସମେତ ୨ ଗିରଫ

କଟକ ଅଫିସ, ୮ା୨: ବାଦାମବାଡ଼ି ଥାନା ପୋଲିସ ସୋମବାର ଜଣେ ପେସାଦାର ଆନ୍ତଃରାଜ୍ୟ ସୁନାଗହଣା ଚୋରଙ୍କ ସମେତ ଚୋରି ସୁନା କିଣିଥିବା ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଦ୍ୱୟ ହେଲେ ଭୁବନେଶ୍ୱର ଲିଙ୍ଗରାଜ ଥାନା ଅଞ୍ଚଳର ହେମନ୍ତ କୁମାର ଦାସ(୫୯) ଏବଂ କଟକ ବାରଙ୍ଗ ଥାନା ଅଞ୍ଚଳର ବୈଦ୍ୟନାଥ ସାହୁ(୩୭)। ହେମନ୍ତ ଜଣେ ପେସାଦାର ଆନ୍ତଃରାଜ୍ୟ ଚୋର ଓ ତାଙ୍କ ନାମରେ ଶହେରୁ ଊର୍ଦ୍ଧ୍ୱ ମାମଲା ରହିଛି ବୋଲି କଟକ ଏସିପି ଅମରେନ୍ଦ୍ର ପଣ୍ଡା ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ଗତ ୨୯ତାରିଖରେ ବାଦାମବାଡ଼ି ଥାନା ଅଞ୍ଚଳର ପ୍ରତାପ ଚନ୍ଦ୍ର ଦାସ ଥାନାରେ ଅଭିଯୋଗ କରିଥିଲେ ଯେ, କୌଣସି ଦୁର୍ବୃତ୍ତ ତାଙ୍କ ଘର ଓ କାର୍ଯ୍ୟାଳୟର ତାଲା ଭାଙ୍ଗି ସୁନା ଅଳଙ୍କାର ଓ ନଗଦ ୫୦ ହଜାର ଟଙ୍କା ଚୋରିକରି ନେଇଛନ୍ତି। ପୋଲିସ ଏ ନେଇ ଏକ କେସ୍‌ (ନଂ.୩୧/୨୧) ରୁଜୁ ସହ ତଦନ୍ତ ଜାରି ରଖିଥିଲା। ସୋମବାର ଭୁବନେଶ୍ୱରରୁ ହେମନ୍ତଙ୍କୁ ଗିରଫ କରାଯାଇଛି। ତାଙ୍କ ନିକଟରୁ ୬୦ ଗ୍ରାମ୍‌ ସୁନା ଓ ଚାନ୍ଦି ଅଳଙ୍କାର ସମେତ ଏକ ଆଇଫୋନ୍‌, ନଗଦ ୨୨ହଜାର ଟଙ୍କା ଜବତ ହୋଇଛି। ସେହିପରି ଚୋରି ସୁନା କିଣିଥିବା ବୈଦ୍ୟନାଥଙ୍କୁ ବାରଙ୍ଗ ଅଞ୍ଚଳର ତାଙ୍କ ଘରୁ ଗିରଫ କରାଯାଇଛି। ହେମନ୍ତଙ୍କ ନାମରେ ରାଜ୍ୟର ବିଭିନ୍ନ ଥାନାରେ ୧୧୦ଟି ଓ ବୈଦ୍ୟନାଥଙ୍କ ନାମରେ ୯ଟି ମାମଲା ରହିଛି। ହେମନ୍ତ ୧୯୮୬ରୁ ଏହି ବୃତ୍ତିକୁ ଆପଣାଇଥିବାବେଳେ ସେ ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ରରେ ଚୋରି କରିଛନ୍ତି। ଚୋରି ଘଟଣାରେ ତାଙ୍କ ସହ ଆଉ କେଉଁମାନେ ସମ୍ପୃକ୍ତ ଏବଂ କେଉଁଠାରୁ କେତେ କ’ଣ ଚୋରି କରିଛନ୍ତି, ସେନେଇ ଅଧିକ ତଦନ୍ତ ଜାରି ରହିଛି ବୋଲି ଏସିପି ପଣ୍ଡା କହିଛନ୍ତି। ଅନ୍ୟପକ୍ଷରେ ବାଧ୍ୟବାଧକତାରେ ଚୋରି ବୃତ୍ତିକୁ ଆପଣାଇଥିବା ହେମନ୍ତ କହିଛନ୍ତି। ପୂର୍ବରୁ ସେ ଚୋରି ମାମଲାରେ କମିଶନରେଟ୍‌ ପୋଲିସ ହାତରେ ଧରାପଡ଼ିଥିଲେ। ଏପରି କି ସେ ଆଉ ଚୋରି କରିବେ ନାହିଁ ବୋଲି ଅଣ୍ଡରଟେକିଂ ଲେଖିଦେବା ସହ ଅନ୍ୟମାନଙ୍କୁ ଏହା ନ କରିବାକୁ ପରାମର୍ଶ ଦେଇଥିଲେ। ଏହାସତ୍ତ୍ୱେ ସେ ପୁଣି ବାରମ୍ବାର ଚୋରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri