ଗାଡ଼ିଆରେ ବୁଡ଼ି ଗଲେ ୨ ଶିଶୁକନ୍ୟା

ସମ୍ବଲପୁର,୨୬ା୨(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଶାଳା କ୍ଲବପଡ଼ାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଡ଼ିଆରେ ବୁଡ଼ି ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଡୋଲେଶ୍ୱରୀ ଛୁରିଆ(୩) ଓ ନିଶା ମହାନନ୍ଦ(୩)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି। ଘଟଣାକୁ ନେଇ ଗୋଶାଳା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମିଳିଥିବା ରିପୋର୍ଟ ଅନୁସାରେ ସକାଳ ପ୍ରାୟ ୮ଟା ସମୟରେ ପ୍ରତିଦିନ ଭଳି ଦୁଇ ଶିଶୁକନ୍ୟା ଖେଳିବାକୁ ଯାଇଥିଲେ। ଘରଠାରୁ କିଛି ଦୂରରେ ଏକ ଗାଡ଼ିଆ ରହିଛି। ଖେଳୁଥିବା ସମୟରେ ଦୁଇ ଶିଶୁ ଗାଡ଼ିଆ ଭିତରେ ପ୍ରାୟ ୩ଫୁଟ ଗଭୀର ପାଣିରେ ବୁଡ଼ିଯାଇଥିଲେ। ଦେଢଘଣ୍ଟା ପରେ ପିଲାମାନଙ୍କୁ ନ ପାଇ ପରିବାର ଲୋକେ ଚିନ୍ତିତ ହୋଇପଡ଼ିଥିଲେ। ପାଖ ପଡ଼ିଶାରେ ପଚରାଉଚୁରା କରିଥିଲେ। ପରେ ସନ୍ଦେହରେ ଗାଡ଼ିଆରେ ଖୋଜାଖୋଜି କରି ଅଚେତ ଅବସ୍ଥାରେ ଉଦ୍ଧାର କରିଥିଲେ। ତୁରନ୍ତ ସେମାନଙ୍କୁ ବୁର୍ଲା ଭିମ୍‌ସାରକୁ ନିଆଯାଇଥିଲେ ହେଁ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri