କୁଆଖାଇ, କୁଶଭଦ୍ରାରେ ନିର୍ମାଣ ହେବ ୨ ବ୍ୟାରେଜ

ବାଲିଅନ୍ତା,୧୦ା୭(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିଅନ୍ତାସ୍ଥିତ କୁଶଭଦ୍ରା ଓ ପାଣ୍ଡରାସ୍ଥିତ କୁଆଖାଇ ନଦୀରେ ଖୁବଶୀଘ୍ର ୨ଟି ବ୍ୟାରେଜ ନିର୍ମାଣ ହେବ। ବହୁ ପ୍ରତୀକ୍ଷିତ ଏହି ବ୍ୟାରେଜ ନିର୍ମାଣରେ ପାଖାପାଖି ୭୦୦କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ବିଭାଗୀୟ ପକ୍ଷରୁ ସୂଚନା ମିଳିଛି। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ବାଲିଅନ୍ତା, ବାଲିପାଟଣା ଓ ଭୁବନେଶ୍ୱର ବାସିନ୍ଦାଙ୍କୁ ପିଇବା ପାଣି ସୁବିଧା ଓ ଭୂତଳ ଜଳ ସଂରକ୍ଷଣ ଏବଂ ଚାଷୀଙ୍କ ଜମି ଜଳସେଚିତ ହୋଇପାରିବ। ଏ ନେଇ ଶୁକ୍ରବାର ବାଲିଅନ୍ତା ବ୍ଲକ ସମ୍ମିଳନୀ କକ୍ଷରେ ଭିଡିଓ କନଫରେନ୍ସ ମାଧ୍ୟମରେ ୫ଟି-ସଚିବ ଭି.କେ. ପାଣ୍ଡିଆନ ସହିତ ବିଭାଗୀୟ ଅଧିକାରୀମାନେ ଆଲୋଚନା କରିଥିଲେ। ଏଥିରେ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା, ଜୟଦେବ ବିଧାୟକ ଡ. ଅରବିନ୍ଦ ଢାଲି, ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ, ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ସମେତ ବହୁ ଲୋକ ପ୍ରତିନିଧି, ଚାଷୀ ଯୋଗଦେଇଥିଲେ। କୁଶଭଦ୍ରା ନଦୀର ବାଲିଅନ୍ତା ଓ ପାଣ୍ଡରା ଗ୍ରାମ ନିକଟ କୁଆଖାଇ ନଦୀର ବ୍ୟାରେଜ ନିର୍ମାଣ ହେଲେ ଜଳ ସଂରକ୍ଷଣ ଓ ଚାଷୀର ଜମିକୁ ଜଳଯୋଗାଣ ହୋଇପାରିବ ବୋଲି ଉପସ୍ଥିତ ଚାଷୀ ଓ ଲୋକ ପ୍ରତିନିଧିମାନେ ୫-ଟି ସଚିବ ପାଣ୍ଡିଆନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହି ପ୍ରସ୍ତାବିତ ବୃହତ ପ୍ରକଳ୍ପକୁ ତୁରନ୍ତ ଅନୁମୋଦନ ସହିତ ମଞ୍ଜୁର ପାଇଁ ବହୁ ସରପଞ୍ଚ, ଜିଲା ପରିଷଦମାନେ ପାଣ୍ଡିଆନଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ପ୍ରକାଶ ଯେ, ଏହି ବ୍ୟାରେଜ ନିର୍ମାଣ ପାଇଁ ପ୍ରାଚୀ ଡିଭିଜନରେ ବାଲିଅନ୍ତା ଜଳସେଚନ ଉପଖଣ୍ଡ ମାଧ୍ୟମରେ ଗତବର୍ଷ ସର୍ଭେ କରାଯାଇଥିଲା। ଏହାର ପିଡିପିଆର ପ୍ରସ୍ତୁତ କରାଯାଇ ଡିଜାଇନ ପାଇଁ ବିଭାଗୀୟ ମୁଖ୍ୟଯନ୍ତ୍ରୀଙ୍କ ପାଖକୁ ପଠାଯାଇଛି। ବ୍ୟାରେଜ ଡିଜାଇନ କାର୍ଯ୍ୟ ଶେଷ ହେବା ପରେ ଟେଣ୍ଡର ପାଇଁ ପଠାଯିବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri