ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି । ସୂଚନା ଅନୁଯାୟୀ ଗତକାଲି ସନ୍ଧ୍ୟାରେ ହଠାତ୍‌ କୌଣସି କାରଣରୁ ଘରେ ନିଆଁ ଲାଗିଯାଇଥିଲା। ଅଳ୍ପ ସମୟ ମଧ୍ୟରେ ନିଆଁ ଭୟଙ୍କର ରୂପ ଧାରଣ କରିଥିଲା, ଯାହା ଫଳରେ ଘରେ ଥିବା ସମସ୍ତ ଆସବାବପତ୍ର ଓ ଧନ ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ଖବରପାଇ ପରଜଙ୍ଗ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଫଳରେ ପାଖରେ ଥିବା ଅନ୍ୟ ଘରଗୁଡ଼ିକ ଏକ ବଡ଼ ବିପତ୍ତିରୁ ରକ୍ଷା ପାଇଯାଇଛି। ଗ୍ରାମର ନମନ ବେହେରା କହିଛନ୍ତି ଯେ ବର୍ତ୍ତମାନ ସେମାନଙ୍କ ପାଖରେ ଖାଇବାକୁ ଗଣ୍ଡିଏ ମଧ୍ୟ ନାହିଁ। ସବୁ କିଛି ପୋଡ଼ି ପାଉଁଶ ହୋଇଯାଇଛି । ସ୍ଥାନୀୟ ପ୍ରଶାସନ ଏବଂ ସରକାର ସେମାନଙ୍କୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ତଥା ପରିବାର ପକ୍ଷରୁ ଅନୁରୋଧ କରାଯାଇଛି।

Dharitri – Odisha’s No.1 Odia Daily

Share