ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା ହେଉଛି କି ବିଜେଡିର ବଡ଼ ନେତା ତଥା ଏମପି ପ୍ରସନ୍ନ ପାଟ୍ଟଶାଣୀ ଓ ଦଳ ଛାଡିଥିବା ସୌମ୍ୟରଞ୍ଜନ ପଟ୍ଟନାୟକ ଭାଜପାରେ ଯୋଗ ଦେଇ ପାରନ୍ତି। ଯାହାକୁ ନେଇ ଏବେଠୁ କଳ୍ପନାଜଳ୍ପନା ଆରମ୍ଭ ହେଲାଣି।

ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି । ଗତ ବର୍ଷ ବିଜେଡିରୁ ନିଲମ୍ବିତ ହୋଇଥିଲେ ସୌମ୍ୟରଞ୍ଜନ । ଏବେ ସୌମ୍ୟ ଭାଜପାରେ ଯୋଗ ଦେଇପାରନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି । କିନ୍ତୁ ଏ ସମ୍ପର୍କରେ ସୌମ୍ୟଙ୍କ ପକ୍ଷରୁ ସ୍ପଷ୍ଟ ହୋଇନାହିଁ । ସେହିପରି ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀଙ୍କୁ ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଛି ।

କୁହାଯାଉଛି ପ୍ରସନ୍ନ ପାଟ୍ଟଶାଣୀ ଭାଜପାରେ ଯୋଗ ଦେଇପାରନ୍ତି ! ଏ ସମ୍ପର୍କରେ ମଧ୍ୟ କୌଣସି ଆନୁଷ୍ଠାନିକ ସୂଚନା ମିଳୁ ନ ଥିବାବେଳେ ଜୋରସୋର ଚର୍ଚ୍ଚା ହେଉଛି। କିଛିଦିନ ତଳେ ସେ ଚିଲିକା ଆସନରୁ ଲଢ଼ିବେ ବୋଲି ଚର୍ଚ୍ଚା ହେଉଥିଲ। ତେବେ ଟିକେଟ ଘୋଷଣା ନ ହେବାରୁ ପାଟ୍ଟଶାଣୀ ଦଳ ଛାଡ଼ିପାରନ୍ତି ବୋଲି ଆକଳନ କରାଯାଉଛି। ଭୁବନେଶ୍ୱରରୁ ଲଗାତାର ୫ ଥର ଏମପି ହୋଇଥିବା ପାଟ୍ଟଶାଣୀଙ୍କୁ ୨୦୧୯ରେ ବିଜେଡି ଟିକେଟ ମିଳି ନ ଥିଲା। ପରେ ସେ ରାଜ୍ୟ ସଭା ଟିକେଟ୍‌ ଲାଗି ଆଶାୟୀ ଥିଲେ । ମାତ୍ର ତାଙ୍କ ଆଶା ପୂରଣ ହୋଇପାରି ନ ଥିଲା ।

ତେବେ ଚଳିତ ଥର ବିଧାନସଭା ନିର୍ବାଚନ ପାଇଁ ଚିଲିକାରୁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ହେଉଥିଲେ ମଧ୍ୟ କିଛି ଦିନ ପରେ ଏ ଚର୍ଚ୍ଚା ଥମି ଯାଇଥିଲା। ନିକଟରେ ପାଟ୍ଟଶାଣୀଙ୍କ ଜ୍ୱାଇଁ ତଥା ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ନିକଟରେ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ଉତ୍ତର ଭୁବନେଶ୍ୱରରୁ ପ୍ରିୟଦର୍ଶୀଙ୍କୁ ଭାଜପା ପ୍ରାର୍ଥୀ କରିଛି। ତେଣୁ ପାଟ୍ଟଶାଣୀ ମଧ୍ୟ ଭାଜପାକୁ ଯାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ମାତ୍ର ଏନେଇ କୌଣସି କିଛି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।

ତେବେ ଭାଜପା ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କ ଏକ ବୟାନ ଏଭଳି ଚର୍ଚ୍ଚା ଲାଗି ଖୋରାକ ଯୋଗାଇଛି । ଗତକାଲି ବିଜୟ ପାଲ ସିଂ ତୋମାରଙ୍କୁ ସାମ୍ବାଦିକ ମାନେ ପ୍ରଶ୍ନ କରିଥିଲେ କେଉଁ କେଉଁ ନେତା ଭାଜପାରେ ଯୋଗ ଦେଉଛନ୍ତି? ଏହାର ଉତ୍ତରରେ ସେ କହିଥିଲେ, ଅନେକ ବଡ଼ ନେତା ଯୋଗାଯୋଗରେ ଅଛନ୍ତି । ଆସନ୍ତାକାଲି ହିଁ ଏହା ସ୍ପଷ୍ଟ ହୋଇଯିବ ।

ଏହାପରେ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ଯେ, ହୁଏତ ସୌମ୍ୟରଞ୍ଜନ ଓ ପାଟ୍ଟଶାଣୀ ଭାଜପାରେ ଯୋଗ ଦେଇପାରନ୍ତି । ତେବେ ଏଯାଏ ଉଭୟ ନେତାଙ୍କ ପକ୍ଷରୁ ଏ ସମ୍ପର୍କରେ କୌଣସି ପ୍ରତିକ୍ରିୟା ମିଳିନାହିଁ । ଗତ ବର୍ଷ ସେପ୍ଟେମ୍ବର ମାସରେ ଦଳ ବିରୋଧୀ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ବିଜେଡିରୁ ନିଲମ୍ବିତ ହୋଇଥିଲେ ସୌମ୍ୟ ପଟ୍ଟନାୟକ । ଏହାପରେ ଆଗାମୀ ରାଜନୈତିକ ଯୋଜନା ବିଷୟରେ ସେ ଚିନ୍ତା କରୁଥିବା କଥା କହିଥିଲେ । ବିଜେଡିରୁ ନିଲମ୍ବିତ ହେବା ପରେ ତାଙ୍କ ରାଜନୈତିକ କ୍ୟାରିୟର ଶେଷ ହୋଇ ନ ଥିବା କହିଥିଲେ ସୌମ୍ୟ । ସେ କହିଥିଲେ, ‘ବର୍ତ୍ତମାନ ମୁଁ କୌଣସି ଦଳରେ ନାହିଁ । ରାଜନୀତି କେବଳ କୌଣସି ଦଳରେ ରହି ନିର୍ବାଚନ ଲଢ଼ିବା ନୁହେଁ । ମୁଁ ଅନ୍ୟ ଉପାୟରେ ରାଜନୀତିକୁ ବ୍ୟବହାର କରି ଲୋକଙ୍କ ସେବା କରି ପାରିବି’ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri