ଓଭରଟେକ୍‌ ବେଳେ ଦୁଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ: ୨ ଗୁରୁତର

କୋକସରା,୭ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଆମପାଣିରୁ ଧର୍ମଗଡ଼କୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ଓ୍ବେର ବଡ଼ କେନ୍ଦୁଗୁଡ଼ା ବଜାର ପଡ଼ିଆ ନିକଟରେ ବୁଧବାର ଅପରାହ୍ନରେ ଦୁଇ ବାଇକ୍‌ ଓଭରଟେକ୍‌ କରୁଥିବା ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୨ ଯୁବକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ବଡ଼ କେନ୍ଦୁଗୁଡ଼ା ଗ୍ରାମବାସୀ ୧୦୮ ଆମ୍ବୁଲାନ୍ସକୁ ଖବର ଦେଇଥିଲେ ମଧ୍ୟ ଆମ୍ବୁଲାନ୍ସ ଉପଲବ୍ଧ ନ ଥିବା ସୂଚନା ମିଳିଥିଲା। ପରେ ଆମପାଣି ପୋଲିସକୁ ଖବର ଦେବା ପରେ ଥାନାଧିକାରୀ ଚତୁଃର୍ଭୁଜ ନାଏକ ସଦଳବଳ ପହଞ୍ଚି ଦୁଇ ଗୁରୁତରଙ୍କୁ ପୋଲିସ ଗାଡ଼ିରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଦୁଇ ଯୁବକ ହେଉଛନ୍ତି ଖଳିଗଡ଼ ଗ୍ରାମର ଚୈତନ୍ୟ ଧଙ୍ଗଡ଼ା ମାଝି (୩୫) ଓ ଡୁଡୁକାଠେଙ୍ଗା ଗ୍ରାମର ଲିଙ୍ଗରାଜ ବେଶ୍ରା (୩୫)। ଉଭୟଙ୍କୁ ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ଜିଲା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କ ଜୀବନ, ବିଦ୍ୟାଳୟ ଛାତ ଦେଇଯାଇଛି ୧୧ କେଭି ବିଦ୍ୟୁତ ତାର

ରିଆମାଳ, ୧୬।୫( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ ପରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲୋହରାକୋଟ ଗ୍ରାମରେ ୧୯୭୨ରେ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି

ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ/ କାଳୀପଦ ରାୟ ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ…

ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ, ବସ୍ତ୍ର, ଆବଶ୍ୟକୀୟ ସାମଗ୍ରୀ ସହ ଦେଲେ…

ବଲାଙ୍ଗୀର, ୧୬।୫ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକର ବୁଢ଼ୀସିଣ୍ଡୋଲ ଗାଁର ଡାଙ୍ଗଗୋଠ ଠାରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତିନିଜଣ ବ୍ୟକ୍ତିଙ୍କ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri