ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଗୋଟିଏ ମୋଟର ସାଇକେଲର ତିନି ଆହତ ହୋଇଥିବା ବେଳେ ଅନ୍ୟ ମୋଟର ସାଇକେଲର ଦୁଇ ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ମୁତାବକ ପଟ୍ଟାଙ୍ଗି ଅଭିମୁଖେ ପୁକାଲି ପଞ୍ଚାୟତର ସାନଫାଟୁ ଗ୍ରାମର ସନ୍ତୋଷ ବୁରୁଡି, ବାବୁଲୁ ହନ୍ତାଳଙ୍କ ସହ ଅନ୍ୟ ଜଣେ ମୋଟର ସାଇକେଲ ନଂ OD୧୦U ୮୧୫୫ ଯୋଗେ ଯାଉଥିବା ବେଳେ ବିପରିତ ଦିଗ ତଥା ପଟ୍ଟାଙ୍ଗିରୁ ପୁକାଲି ପଞ୍ଚାୟତ ଅଭିମୁଖେ ଯାଉଥିବା ମୋଟର ସାଇକେଲ ନଂ OD୧୦Y ୪୩୧୨ମୋଟର ସାଇକେଲକୁ ମୁହାଁମୁହିଁ ଧକ୍କା ଦେଇଥିଲା । ଉକ୍ତ ଦୁର୍ଘଟଣାରେ ସାନଫାଟୁ ଗ୍ରାମର ସନ୍ତୋଷ ବୁରୁଡିଙ୍କୁ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ଅନ୍ୟ ଦୁଇ ସାମାନ୍ୟ ଆହାତ ହୋଇ ସ୍ଥାନୀୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ହେଉଛନ୍ତି । ସେହିପରି ସାନଫାଟୁ ଗ୍ରାମର ମୋଟର ସାଇକେଲକୁ ଧକ୍କା ଦେଇ ଥିବା ଅନ୍ୟ ମୋଟର ସାଇକେଲ ଟି ସମ୍ବାଇ ପଞ୍ଚାୟତର ଗୁଡିଆମ୍ବଗୁଡାର ବୁଦୁ ସାଗରଙ୍କୁ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ଉକ୍ତ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ଡାକ୍ତର ଘୋଷଣା କରିଛନ୍ତି । ତେବେ କିପରି ଦୁର୍ଘଟଣା ହେଲା ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ, କାରଣ ଅନ୍ୟ ଜଣ ବାଇକ ଆରୋହୀ ମଦ୍ୟପାନ କରିଥିବା ବେଳେ ସେ କିଛି କହିବା ଅବସ୍ଥାରେ ନାହାନ୍ତି ।

ସେପଟେ ଦୁର୍ଘଟଣା ସମ୍ପର୍କରେ ପଟ୍ଟାଙ୍ଗି ପୋଲିସ ଖବର ପାଇ ଘଟଣାସ୍ଥଳେ ପହଞ୍ଚି ଦୁଇ ଦୁର୍ଘଟଣା ଗ୍ରସ୍ତ ମୋଟର ସାଇକେଲ ଜବତ କରି ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଆହତ ବ୍ୟକ୍ତି ମାନଙ୍କୁ ଦୁର୍ଘଟଣା ସମ୍ପର୍କରେ ପଚରାଉଚରା କରି ତଦନ୍ତ ଆରମ୍ଭ କରିଛି । ସେପଟେ ଉକ୍ତ ଦୁର୍ଘଟଣା ସମ୍ପର୍କରେ ଖବର ପାଇ ବୁଡିଆମ୍ବଗୁଡା ଗ୍ରାମର ଲୋକମାନେ ପଟ୍ଟାଙ୍ଗି ଥାନାରେ ପହଞ୍ଚି ଲିଖିତ ଅଭିଯୋଗ ଦେବା ପରେ ପରିଚୟ ସାମ୍ନାକୁ ଆସିଛି । ଦୁର୍ଘଟଣାରେ ବାପର ମୃତ୍ୟୁ ହୋଇଥିବା ବେଳେ ପୁଅ ଅଳ୍ପକେ ବର୍ତ୍ତି ଯାଇଛି । ବିଳମ୍ବିତ ସମୟ ହୋଇ ଯାଇଥିବାରୁ ମୃତ ବାପଙ୍କ ଶବ ବ୍ୟବଚ୍ଛେଦ ହୋଇ ପାରି ନଥିବା ବେଳେ ଶୁକ୍ରବାର ପୋଲିସ୍ ଶବ ବ୍ୟବଚ୍ଛେଦ କରି ପରିବାର ବର୍ଗଙ୍କୁ ହସ୍ତାନ୍ତର କରିବ ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri