ବନ୍ଧା ହେଲେ ଦୁଇ ବାଇକ୍‌ ଚୋର

ପାଟଣା,୨୧ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ଗୁରୁବାର ଦୁଇ ବାଇକ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଖୁଣ୍ଟାପଶି ଗ୍ରାମର ଶାନ୍ତି ଜ୍ୟୋତି ସିଂ(୨୮) ଓ ଭୀମ ମାଝ(୩୮)। ଏନେଇ ପାଟଣା ଥାନାରେ ଦୁଇଟି ପୃଥକ୍‌ ମାମଲା ୮୪ ଓ ୧୦୮/୨୦ରେ ରୁଜୁ ହୋଇଛି। ଏହି ଦୁଇ ବାଇକ ଚୋରଙ୍କ ମଧ୍ୟରୁ ଜଣଙ୍କୁ କରଞ୍ଜିଆ ଓ ଆଉ ଜଣକୁ ଠାକୁରମୁଣ୍ଡାରୁ ପୋଲିସ ଗିରଫ କରିବା ସହ ଏକ ଏଚ୍‌ଏଫ୍‌ ଡିଲକ୍ସ ଓ ଗୋଟେ ଟିଭିଏସ୍‌ ଆପାଚି ବାଇକକୁ ଜବତ କରିଛି।
ସୂଚନାଯୋଗ୍ୟ, ଗତ ଜୁଲାଇ ୨୪ ତାରିଖରେ ଧାନବେଣୀ ଗ୍ରାମର ଜଣେ ବ୍ୟକ୍ତିଙ୍କ ବାଇକକୁ ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ବାଇପାସ ନିକଟରୁ ଚୋରି କରି ଅଭିଯୁକ୍ତ ଦ୍ୱୟ କରଞ୍ଜିଆ ଅଭିମୁଖେ ନେଇଯାଉଥିବା ବେଳେ ଅନ୍ୟ ଯୁବକମାନେ ତାଙ୍କ ପିଛା କରି ଟେଣ୍ଡେରା ନିକଟରେ ଜଣକୁ କାବୁ କରି ପୋଲିସ ଜିମା ଦେଇଥିଲେ। ସେହିପରି ପୋଲିସ ଜୁନ୍‌ ୬ ତାରିଖରେ ଚୋରି ହୋଇଥିବା ପାଟଣା କରଞ୍ଜିଆ ରାସ୍ତାର ଗୋରାଣ୍ଡି ଯୋଡ଼ି ନିକଟରୁ ଆଉ ଏକ ବାଇକକୁ ମଧ୍ୟ ଜବତ କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri