ବନ୍ଧା ହେଲେ ଦୁଇ ବାଇକ୍‌ ଚୋର

ପାଟଣା,୨୧ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ଗୁରୁବାର ଦୁଇ ବାଇକ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଖୁଣ୍ଟାପଶି ଗ୍ରାମର ଶାନ୍ତି ଜ୍ୟୋତି ସିଂ(୨୮) ଓ ଭୀମ ମାଝ(୩୮)। ଏନେଇ ପାଟଣା ଥାନାରେ ଦୁଇଟି ପୃଥକ୍‌ ମାମଲା ୮୪ ଓ ୧୦୮/୨୦ରେ ରୁଜୁ ହୋଇଛି। ଏହି ଦୁଇ ବାଇକ ଚୋରଙ୍କ ମଧ୍ୟରୁ ଜଣଙ୍କୁ କରଞ୍ଜିଆ ଓ ଆଉ ଜଣକୁ ଠାକୁରମୁଣ୍ଡାରୁ ପୋଲିସ ଗିରଫ କରିବା ସହ ଏକ ଏଚ୍‌ଏଫ୍‌ ଡିଲକ୍ସ ଓ ଗୋଟେ ଟିଭିଏସ୍‌ ଆପାଚି ବାଇକକୁ ଜବତ କରିଛି।
ସୂଚନାଯୋଗ୍ୟ, ଗତ ଜୁଲାଇ ୨୪ ତାରିଖରେ ଧାନବେଣୀ ଗ୍ରାମର ଜଣେ ବ୍ୟକ୍ତିଙ୍କ ବାଇକକୁ ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ବାଇପାସ ନିକଟରୁ ଚୋରି କରି ଅଭିଯୁକ୍ତ ଦ୍ୱୟ କରଞ୍ଜିଆ ଅଭିମୁଖେ ନେଇଯାଉଥିବା ବେଳେ ଅନ୍ୟ ଯୁବକମାନେ ତାଙ୍କ ପିଛା କରି ଟେଣ୍ଡେରା ନିକଟରେ ଜଣକୁ କାବୁ କରି ପୋଲିସ ଜିମା ଦେଇଥିଲେ। ସେହିପରି ପୋଲିସ ଜୁନ୍‌ ୬ ତାରିଖରେ ଚୋରି ହୋଇଥିବା ପାଟଣା କରଞ୍ଜିଆ ରାସ୍ତାର ଗୋରାଣ୍ଡି ଯୋଡ଼ି ନିକଟରୁ ଆଉ ଏକ ବାଇକକୁ ମଧ୍ୟ ଜବତ କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri