କଲେଜ ଯାଉଥିବାବେଳେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ଆକ୍ରମଣ କରି ୨ ବାଇକ ଆରୋହୀ ଫେରାର୍‌, ଚେତାଶୂନ୍ୟ ଅବସ୍ଥାରେ…

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ବିଜ୍ଞାନ କଲେଜର ଯୁକ୍ତ ୨ କଳା ବିଭାଗ ପ୍ରଥମବର୍ଷ ଛାତ୍ରୀଙ୍କୁ ଗୁରୁବାର ବାଇକରେ ଆସିଥିବା ୨ଜଣ ଯୁବକ ଆକ୍ରମଣ କରି ଫେରାର୍‌ ହୋଇଯାଇଥିବା ଜଣାପଡ଼ିଛି। ଛାତ୍ରୀ ଜଣଙ୍କ ହେଲେ ପାଟପୁର ଥାନା ହରିଣା ଗ୍ରାମର ଶୁଭସ୍ମିତା ମହାଙ୍କୁଡ(୧୭)। ରାସ୍ତା ଉପରେ ଟଳି ପଡ଼ିଥିବା ଛାତ୍ରୀଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି। ତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ପୋଡ଼ାମାରି ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି। ଛାତ୍ରୀଙ୍କ ଚେତା ନ ଫେରିବାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ସେ ଚିକିତ୍ସାଧୀନ ଥିବା ଜଣାପଡିଛି। ପ୍ରତିଦିନ ଭଳି ଛାତ୍ରୀଜଣଙ୍କ କଲେଜକୁ ଯାଉଥିବାବେଳେ କଲେଜ ଠାରୁ ପ୍ରାୟ ୫୦ ମିଟର ଦୂରରେ ୨ ଜଣ ଯୁବକ ଏକ ନାଲିରଙ୍ଗର ବାଇକରେ ଆସି ତାଙ୍କ ସହ କଥାବାର୍ତ୍ତା ହୋଇଥିଲେ। ଜଣେ ଯୁବକଙ୍କ ସହ ତାଙ୍କ ବଚ୍‌ସା ହୋଇଥିଲା। ପରେ ଉଭୟେ ତାଙ୍କୁ ଟଣାଓଟରା କରି ଅପହରଣ ପାଇଁ ଉଦ୍ୟମ କରିଥିଲେ। ଛାତ୍ରୀଜଣଙ୍କ ଦୌଡ଼ି ଯିବାପାଇଁ ଚେଷ୍ଟା କରିବାରୁ ଉଭୟେ ତାଙ୍କୁ ଅଟକାଇ ଚାପୁଡ଼ା ମାରିଥିଲେ। ପରେ ଜଣେ ଯୁବକ ତାଙ୍କୁ ଠେଲି ଦେବାରୁ ଛାତ୍ରୀଜଣଙ୍କ ରାସ୍ତା ଉପରେ କଚାଡି ହୋଇ ପଡ଼ିଯାଇଥିଲେ। ସୂଚନା ପାଇ କଲେଜର ବହୁସଂଖ୍ୟକ ସହପାଠୀ,ଅଧ୍ୟାପକ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ। ଖବରପାଇ ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ଟିମ ପହଞ୍ଚି ସବିଶେଷ ତଦନ୍ତ କରିବା ସହ ସିସିଟିଭି ଫୁଟେଜ ଯାଞ୍ଚ କରି ଫେରିଛନ୍ତି। ଘଟଣା ସମ୍ପୃକ୍ତ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri