ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ସଡ଼କ ଦୁର୍ଘଟଣା ନେଲା ଦୁଇ ଜୀବନ। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ଜୀବନ ଚାଲିଯାଇଛି। ମୃତକ ଦ୍ୱୟ ହେଲେ ଅମିତ ବାଘ ଓ ତ୍ରିଲୋଚନ ଯାନୀ। ଅମିତଙ୍କ ଘର ବଡ଼ ଡାଇଭଟ୍ଟା ହୋଇଥିବାବେଳେ ତ୍ରିଲୋଚନଙ୍କ ଘର ନବରଙ୍ଗପୁର ସହରରେ। ତ୍ରିଲୋଚନ ସହର ଉପକଣ୍ଠ କୋରାପୁଟର ଆଉଁଳିସ୍ଥିତ ଏକ ଢ଼ାବାରେ କାମ କରୁଥିବା ବେଳେ ସହରରେ କିଛି କାମ ସାରି ବଡ଼ ଡାଇଭଟ୍ଟାସ୍ଥିତ ନିଜ ଘରକୁ ଫେରୁଥିଲେ। ଉଭୟ ଅମିତ ଓ ତ୍ରିଲୋଚନ ନିଜ ନିଜ ବାଇକ୍‌ରେ ଫେରୁଥିବା ଗ୍ଲେଜ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଛି। ଘଟଣା ବାବଦରେ ଜାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ଗୃହରେ ରଖାଯାଇଛି। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri