ଦୁଇ ବାଇକ ମୁହାଁମୁହିଁ ଧକ୍କା, ଘଟଣା ସ୍ଥଳରେ ୨ ମୃତ

ବେହେରା,୧୭/୧୨ (ଭୂପେଶ ତିୱାରୀ/କୋକସରା, (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବେହେରା ଖପରାମାଲ ରାସ୍ତାରେ ରବିବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହାଁମୁହିଁ ହେବା ଫଳରେ ଦୁଇ ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗଭୀର ଆହତ ହୋଇଥିବା ଜଣା ପଡ଼ିଛି।

ସୂଚନା ଅନୁସାରେ ଓଡ଼ି-୦୮ ଏଫ-୬୧୯୧ ନମ୍ବରର ଏଚ୍ ଏଫ୍ ଡିଲକ୍ସ ବାଇକରେ ଜୀତେନ୍ଦ୍ର ଦୁର୍ଗା ଓ ଜିତୁ ସାଗର ବସି ବେହେରା ହାଟରୁ ଫେରୁଥିବା ବେଳେ ଓଆର-୦୮ ଇ ୭୧୯୬ ନମ୍ବରର ଏକ ପେସନ ପ୍ରୋ ବାଇକରେ ପବିତ୍ର ବାଗ ଓ ଗୁପ୍ତେଶ୍ୱର ବାଗ ବେହେରା ହାଟକୁ ଯାଉଥିବା ବେଳେ ଉଭୟଙ୍କ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା । ଉଭୟ ଗାଡିର ଚାଳକ ଜୀତେନ୍ଦ୍ର ଦୁର୍ଗା ଓ ପବିତ୍ର ବାଗଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଯାଇଥିବା ବେଳେ ଅନ୍ୟ ଦୁଇ ଗୁରୁତର ଆହତ ହୋଇଥିଲେ ।

ତୁରନ୍ତ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ପର୍ଲା ଡାକ୍ତରଖାନାକୁ ନିଆଯାଇଥିଲା । ଡହଗାଁର ପବିତ୍ର ବାଗ (୩୫) ଓ ମୁଷାପାଲିର ଜୀତେନ୍ଦ୍ର ଦୁର୍ଗାକୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ମୁଷାପାଲିର ଜୀତେନ୍ଦ୍ର ସାଗର (୨୩) ଓ ନୂଆଗୁଡା ଗାଁର ଗୁପ୍ତେଶ୍ୱର ବାଗ (୩୫) ଗୁରୁତର ଥିବାରୁ ପ୍ରଥମେ ଧର୍ମଗଡ ଉପଖଣ୍ଡ ଚିକିତ୍ସାଳୟ ଓ ପରେ ଭବାନୀପାଟଣା ଜିଲ୍ଲା ମୂଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା ।

ଖବର ପାଇ କୋକସରା ପୋଲିସ ଥାନା ଏସ ଆଇ ହେମନ୍ତ କୁମାର ପାତ୍ର, ଦିବ୍ୟ ମାଝୀ, ଉଦିତ ଗହୀର, ପୂର୍ଣ୍ଣ ସୌରା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ବାଇକ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରି ମୃତକଙ୍କ ଶବକୁ ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନା ପଠାଯାଇଥିବା ସୂଚନା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

ଅନୁଦାନରୁ ବଞ୍ଚିତ ଅଧ୍ୟାପକମାନଙ୍କ ସମନ୍ୱୟ ସମିତି ବୈଠକ: ସରକାରୀ ପ୍ରତିଶ୍ରୁତିକୁ ନେଇ କ୍ଷୋଭ

ଭୁବନେଶ୍ୱର/ମହାକାଳପଡ଼ା,୨୦ା୮: ରାଜ୍ୟର ଅନୁଦାନରୁ ବଞ୍ଚିତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ନେଇ ଭୁବନେଶ୍ୱର ସ୍ଥିତ ଆର୍ଯ୍ୟ ମନ୍ଦିରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଘରୋଇ ବସ୍‌ର ଦାଦାଗିରି: ହାଇଦ୍ରାବାଦରୁ ଟିକେଟ୍ କାଟିଥିବା ଯାତ୍ରୀଙ୍କୁ ଅଧା ରାସ୍ତାରେ ଓହ୍ଲାଇଦେଲେ,ଆମପାଣିରେ…

କୋକସରା,୨୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଘରୋଇ ବସ୍ କର୍ମଚାରୀଙ୍କ ଦବଙ୍ଗଗିରି। ପୂରା ରାସ୍ତାର ଟିକେଟ୍ କାଟି ଅଧା ବାଟରେ ଯାତ୍ରୀଙ୍କୁ ଓହ୍ଲାଇ ଦେବା ଭଳି ଅଭାବନୀୟ ଦୃଶ୍ୟ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri