ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଜୀବନ

ଗୁଣୁପୁର,୨୪ା୪(ସଙ୍କେତ ପାତ୍ର): ରାୟଗଡ଼ା ଜିଲାର ଗୁଣୁପୁର ଥାନା ଅନ୍ତର୍ଗତ ସିର୍ଜୁଳିଗଠଲପଦର ମୁଖ୍ୟ ରାସ୍ତାରେ ଗୋଟିଏ ଦିନରେ ପୃଥକ୍‌ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ ଜୀବନ ଯାଇଥିବାବେଳେ ୨ ଜଣ ଗୁରୁତର ହୋଇଥିବା ଖବର ମିଳିଛି। ପ୍ରଥମ ଦୁର୍ଘଟଣା ଜଗନ୍ନାଥପୁର ପଞ୍ଚାୟତର ବଡ଼ବାରଡ଼ି ନିକଟରେ ଘଟିଥିଲା। ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଉପର ଗୁମୁରିଗୁଡ଼ା ଗ୍ରାମର ଆର୍କା ଭୁଗାନ (୬୦) ଓ ଆନ୍ଧ୍ରପ୍ରଦେଶର ଆଡାମଗୁଡ଼ା ଗ୍ରାମର ଶିବା ମାଣ୍ଡାଙ୍ଗୀ (୩୦)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣାରେ ତ୍ରିପତି ଆପ୍ରାକା ଗୁରୁତର ହୋଇଥିବା ବେଳେ ଶଙ୍କର ଶବର ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ଗୁଣୁପୁର ଉପଖଣ୍ଡସ୍ତରୀୟ ହସ୍ପିଟାଲରେ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ଅନୁଯାୟୀ, ଆର୍କା ଭୁଗାନ ଜଣେ ଖ୍ରୀଷ୍ଟିଆନ ପାଷ୍ଟର ଥିଲେ ଏବଂ ଭୋଜ୍‌ ଅବସରରୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।ଅନ୍ୟପଟେ ଦ୍ୱିତୀୟ ଦୁର୍ଘଟଣା ରେଙ୍ଗଲପଦର ନିକଟରେ ଘଟିଥିଲା। ଏକ ମେକ୍ସ ପିକଅପ୍‌ ଭ୍ୟାନ ପଛପଟୁ ବାଇକ୍‌କୁ ଧକ୍କା ଦେବାରୁ ଦୀପକ ଗୌଡ଼(୩୨)ଙ୍କ ମୃତ୍ୟୁ ଘଟିଥିଲା। ସେ ଜଣେ ପୋଲିସ କନଷ୍ଟେବଳ
ବୋଲି ଜଣାପଡ଼ିଛି। ଏହି ଦୁର୍ଘଟଣାରେ କେଦାରନାଥ ଗୌଡ଼(୫୨) ଗୁରୁତର ହୋଇ ବ୍ରହ୍ମପୁରକୁ ସ୍ଥାନାନ୍ତର ହୋଇଛନ୍ତି। ଉଭୟେ ଦାଦା ପୁତୁରା ସମ୍ପର୍କର ଥିବା ସୂଚନା ମିଳିଛି। ଦୁଇଟି ଦୁର୍ଘଟଣାସ୍ଥଳରେ ଦମକଳ ବାହିନୀ ଓ ସ୍ଥାନୀୟ ଲୋକଙ୍କ ସହଯୋଗରେ ଆହତମାନଙ୍କୁ ଉଦ୍ଧାର କରାଯାଇଥିଲା। ଗୁଣୁପୁର ପୋଲିସ ଉଭୟ ଘଟଣାରେ ମାମଲା ରୁଜୁ କରି ଯାନବାହନ ଜବତ କରିଥିବା ବେଳେ ଶବଗୁଡିକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏସ୍‌ଡିପିଓ ବାବୁଲି ନାୟକ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଥିବା ବେଳେ ଥାନା ଅଧିକାରୀ କମଳକାନ୍ତ ବସନ୍ତ କହଁର ଓ ଏସ୍‌ଆଇ ରଞ୍ଜିତ ତ୍ରିପାଠୀ ତଦନ୍ତ ଜାରି ରଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri