ରଥଯାତ୍ରା ଦେଖିବାକୁ ଯାଉଥିଲେ: ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୪ ଜୀବନ

ନୂଆପଡା,୨୮।୬(ମକାରୁ ବେମାଲ): ନୂଆପଡା ଜିଲା କୋମନା ଥାନା ଅଧୀନ ପାଳସିପାଣି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ଶନିବାର ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ପାଳସି ପାଣି ଗାଁର ଲଳିତ ଶବର(୪୦), ଭଉଣୀ ସୁନାଫୁଲ ଶବର(୨୫), ଝିଅ ଡିଲେଶ୍ୱରି ଶବର(୭) ଏବଂ ଅନ୍ୟ ଜଣେ ବରଗଡ଼ ଜିଲା ପାଇକମାଲ ଥାନା ଚୁହାପାଲି ଗ୍ରାମର କ୍ଷୀର ରାହୁଲ(୩୫) ବୋଲି ଜଣାପଡିଛି। ୪ ଗୁରୁତର ହେଲେ ରୋଶନ ଶବର(୧୫), ଲେମ୍ବୁବତି ଶବର(୩୨), ନରେଶ ଶବର(୫) ଏବଂ ହିତେଶ ଶବର (୩୫) ବୋଲି ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ଶନିବାର ପଲସିପାଣି ଗାଁର ଲଳିତ ଶବର ନିଜ ପରିବାର ୫ଜଣ ଏକ ବାଇକରେ ବସି ରଥଯାତ୍ରା ଦେଖିବା ପାଇଁ ବଞ୍ଜାରି ଗାଁକୁ ଯାଉଥିଲେ। ସେତିକିବେଳେ ପାଳସିପାଣି ଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍‌ ସହ ମୁହାଁମୁହିଁ ଧକ୍କା ହେବାରୁ ଦୁଇଟି ବାଇକ୍‌ରେ ଥିବା ୮ଜଣ ରାସ୍ତା କଡ଼ରେ ଛିଟିକି ପଡି ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକ ସେମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ନୂଆପଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଲଳିତ, ଡିଲେଶ୍ୱରି, ସୁନାଫୁଲ ଓ କ୍ଷୀରଙ୍କୁ ମୃତ ଘୋଷଣା କରିଛନ୍ତି । ଗୁରୁତରମାନଙ୍କ ମଧ୍ୟରୁ ରୋଶନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବୁର୍ଲା ସ୍ଥାନାନ୍ତର କରାଯାଇଛି । ଅନ୍ୟ ୩ଜଣ ଜିଲା ମୁଖ୍ୟ ଚିକିତ୍ସାଳୟ ରେ ଚିକିତ୍ସିତ ହେଉଛନ୍ତି ।

ଖବର ପାଇ ତରବୋଡ ପୋଲିସ ହସ୍ପିଟାଲରେ ପହଞ୍ଚି ମୃତଦେହ ଜବତ କରିଛି । ରବିବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଫାଣ୍ଡି ଅଧିକାରୀ ଗୌରୀ ଶଙ୍କର ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri