ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୩ ଜଣ ଯୁବକ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ଥାନା ଅନ୍ତର୍ଗତ ପନାଡ ଗ୍ରାମର କାଳିଆ ଗୌଡ଼ଙ୍କ ପୁଅ ସୁଶାନ୍ତ ଗୌଡ଼ (୨୪)। ଗୁରୁତର ଆହତମାନେ ହେଲେ ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଗୁଣ୍ଠବନ୍ଧ ଗ୍ରାମର ଶିବଶଙ୍କର ବେହେରା, ଲାଠି ଗ୍ରାମର ହୀନ ବେହେରା ଏବଂ ଦିଗପହଣ୍ଡି ଥାନା ପନାଡ ଗ୍ରାମର ସିଲୁ ଗୌଡ଼ ବୋଲି ଜଣାପଡିଛି। ସୁଶାନ୍ତ ଏବଂ ସିଲୁ ଦୁହେଁ ମିଶି ଏକ ନୂଆ ୟାମାହା ବାଇକ ଯୋଗେ ଦିଗପହଣ୍ଡିରୁ ପନାଡ ଗ୍ରାମକୁ ଫେରୁଥିବାବେଳେ ବିପରୀତ ଦିଗରୁ ଶିବ ଏବଂ ହୀନ ମିଶି ଆସୁଥିବା ଗ୍ଲେମର ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ସମସ୍ତେ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ଖବର ପାଇ ୧୦୮ ଆମ୍ବୁଲାନ୍ସ ସେଠାରେ ପହଞ୍ଚି ଆହତମାନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ଅବସ୍ଥା ଗୁରୁତର ରହିଥିବା ଯୋଗୁ ସମସ୍ତ ଆହତଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ସୁଶାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିବାବେଳେ ଅନ୍ୟ ଆହତମାନେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ଦିଗପହଣ୍ଡି ପୋଲିସ ଟିମ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ପୋଲିସ ଦୁର୍ଘଟଣାଗ୍ରସ୍ତ ୨ଟି ବାଇକକୁ ଜବତ କରିଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri