ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୪ ଜଣ ଗୁରୁତର ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ଜଣାପଡିଛି।ମୃତକ ଜଣକ ହେଲେ ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ହରିଶ୍ଚନ୍ଦ୍ର ସାହୁ ଙ୍କ ପୁଅ ଶୁଭମ ସାହୁ(୨୨)। ଶୁଭମ ଆଟିଆଇ ପାସ କରିବା ପରେ ଇଲକ୍ଟ୍ରିସିଆନ ଭାବେ ଗାଁରେ ରହି ଲୋକଙ୍କ କାମ କରୁଥିଲେ। ଆହାତ ୩ ଜଣ ହେଲେ ସେହି ଗାଁ ସୁନାରି ସାହିର ପବିତ୍ର ସାହୁ(୨୭),ଶୁଭମ ରେଡ୍ଡୀ(୧୯) ଏବଂ କାହ୍ନା ଗୌଡ଼(୨୨)। ଶୁଭମ ସାହୁ ଏବଂ ତାଙ୍କ ସହଯୋଗୀ ଶୁଭମ ରେଡ୍ଡୀ ଏକ ବାଇକ ନଂ. ( ଓଡି ୦୭ ଏ କେ ୧୮୫୫) ଯୋଗେ କୌଣସି କାମରେ ଗୋକର୍ଣ୍ଣପୁର ଯାଉଥିବା ବେଳେ ପବିତ୍ର ଓ କାହ୍ନା ବାଇକ ନଂ. ( ଓଡି ୦୭ ଏ ୱାଇ ୦୪୩୩) ଯୋଗେ ଗାଁକୁ ଫେରୁଥିବା ବେଳେ ଉଭୟ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ସମସ୍ତେ ବାଇକରୁ କଚାଡି ହୋଇ ରାସ୍ତାରେ ରକ୍ତାକ୍ତ ଅବସ୍ଥାରେ ପଡି ରହିଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଉପସ୍ଥିତ ଡାକ୍ତର ଶୁଭମ ସାହୁଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ୩ ଗୁରୁତରଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଦିଗପହଣ୍ଡି ପୋଲିସ ଟିମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଶୁଭମ ସାହୁଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇବା ସହ ଦୁର୍ଘଟଣାଗସ୍ତ ଦୁଇଟି ବାଇକକୁ ଜବତ କରିଛନ୍ତି । ସନ୍ଧ୍ୟା ହୋଇଯିବାରୁ ଶୁଭମଙ୍କ ମୃତଦେହ ଶନିବାର ସକାଳେ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ମୃତଦେହ ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri