ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ ଆହତ

କୋରାପୁଟ,୧୫।୧(ସ୍ବ.ପ୍ର): କୋରାପୁଟ ୨୬ ନମ୍ବର ଜାତୀୟ ରାଜପଥର ଭବାନୀନଗଠାରେ ରବିବାର ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ବିଲ୍‌ କୁଲଦୀପ, ତାଙ୍କ ଘର କୋରାପୁଟର ଝଡିଗୁଡ଼ା ଗ୍ରାମ। ଆହତମାନଙ୍କୁ କୋରାପୁଟ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଶଙ୍କର ନାମକ ଜଣେ ଯୁବକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ମୁତାବକ, କୋରାପୁଟରୁ ସୁନାବେଡ଼ା ଯାଉଥିବା ଏକ ବାଇକ୍‌(ନଂ.ଓଡି ୦୮-ଆର୍‌-୦୧୪୨) ସହ ବିପରୀତ ଦିଗର ଆସୁଥିବା ଅନ୍ୟ ଏକ ବାଇକ୍‌(ନଂ.ଓଡି-୧୦ଏଚ୍‌-୮୪୪୬) ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ବିଲ୍‌ କୁଲଦୀପଙ୍କ ମୁଣ୍ଡ ପଛପଟେ ଗଭୀର ଆଘାତ ଲାଗିଥିଲା। ଏପରି କି ଅନ୍ୟ ୩ ଜଣ ମଧ୍ୟ ରାସ୍ତାରେ ଛିଟିକି ପଡ଼ି ଆହତ ହୋଇଥିଲେ। ଆହତମାନଙ୍କୁ ସ୍ଥାନୀୟ ଲୋକେ ତୁରନ୍ତ ଏକ ଅଟୋ ଯୋଗେ ମେଡିକାଲ ପଠାଇଥିଲେ। ସେଠାରେ ବିଲ୍‌ କୁଲଦୀପଙ୍କୁ ମୃତ ଘୋଷଣା କରାଯାଇଥିଲା।

ସ୍ଥାନୀୟ ଲୋକେ ଘଟଣା ସମ୍ପର୍କରେ ଟାଉନ ଥାନା ଅଧିକାରୀ ଧୀରେନ ପଟ୍ଟନାୟକଙ୍କୁ ସୂଚନା ଦେଇଥିଲେ। ଟାଉନ ଥାନା ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ବାଇକ୍‌ଦ୍ୱୟକୁ ଜବତ କରିଥିଲା। ପ୍ରାଥମିକ ଚିକିତ୍ସା ପରେ ଦୁର୍ଘଟଣା ଘଟାଇଥିବା ବାଇକ୍‌ରେ ଥିବା ୨ ଯୁବକଙ୍କୁ ଟାଉନ ଥାନାରେ ଅଟକ ରଖି ପୋଲିସ ଘଟଣାର ତଦନ୍ତ ଚଳାଇଛି। ଏନେଇ ଟାଉନ ଥାନାରେ ଏକ ଦୁର୍ଘଟଣା ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଥିବା ଥାନା ଅଧିକାରୀ ପଟ୍ଟନାୟକ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ମୃତ ଯୁବକ ଜଣକ ଗରିବ ଶ୍ରେଣୀର ହୋଇଥିବାରୁ ଟାଉନ ଥାନା ଅଧିକାରୀ ପଟ୍ଟନାୟକ ମାନବିକତା ଦେଖାଇ ପରିବାର ଲୋକଙ୍କୁ ୫ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଏପରି କି ଜିଲା ପ୍ରଶାସନ ପକ୍ଷରୁ ରେଡ୍‌କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି। କୋରାପୁଟ ମେଡିକାଲରେ ମୃତଦେହ ବ୍ୟବଚ୍ଛେଦ ପରେ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। କୁଲଦୀପ ରଙ୍ଗମିସ୍ତ୍ରି ଭାବେ କାର୍ଯ୍ୟକରି ପରିବାର ପ୍ରତିପୋଷଣ କରୁଥିଲେ। ରୋଜଗାରିଆ ପୁଅକୁ ହରାଇ ପରିବାର ଲୋକେ ଭାଙ୍ଗି ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri