ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ ଆହତ

କୋରାପୁଟ,୧୫।୧(ସ୍ବ.ପ୍ର): କୋରାପୁଟ ୨୬ ନମ୍ବର ଜାତୀୟ ରାଜପଥର ଭବାନୀନଗଠାରେ ରବିବାର ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ବିଲ୍‌ କୁଲଦୀପ, ତାଙ୍କ ଘର କୋରାପୁଟର ଝଡିଗୁଡ଼ା ଗ୍ରାମ। ଆହତମାନଙ୍କୁ କୋରାପୁଟ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଶଙ୍କର ନାମକ ଜଣେ ଯୁବକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ମୁତାବକ, କୋରାପୁଟରୁ ସୁନାବେଡ଼ା ଯାଉଥିବା ଏକ ବାଇକ୍‌(ନଂ.ଓଡି ୦୮-ଆର୍‌-୦୧୪୨) ସହ ବିପରୀତ ଦିଗର ଆସୁଥିବା ଅନ୍ୟ ଏକ ବାଇକ୍‌(ନଂ.ଓଡି-୧୦ଏଚ୍‌-୮୪୪୬) ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ବିଲ୍‌ କୁଲଦୀପଙ୍କ ମୁଣ୍ଡ ପଛପଟେ ଗଭୀର ଆଘାତ ଲାଗିଥିଲା। ଏପରି କି ଅନ୍ୟ ୩ ଜଣ ମଧ୍ୟ ରାସ୍ତାରେ ଛିଟିକି ପଡ଼ି ଆହତ ହୋଇଥିଲେ। ଆହତମାନଙ୍କୁ ସ୍ଥାନୀୟ ଲୋକେ ତୁରନ୍ତ ଏକ ଅଟୋ ଯୋଗେ ମେଡିକାଲ ପଠାଇଥିଲେ। ସେଠାରେ ବିଲ୍‌ କୁଲଦୀପଙ୍କୁ ମୃତ ଘୋଷଣା କରାଯାଇଥିଲା।

ସ୍ଥାନୀୟ ଲୋକେ ଘଟଣା ସମ୍ପର୍କରେ ଟାଉନ ଥାନା ଅଧିକାରୀ ଧୀରେନ ପଟ୍ଟନାୟକଙ୍କୁ ସୂଚନା ଦେଇଥିଲେ। ଟାଉନ ଥାନା ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ବାଇକ୍‌ଦ୍ୱୟକୁ ଜବତ କରିଥିଲା। ପ୍ରାଥମିକ ଚିକିତ୍ସା ପରେ ଦୁର୍ଘଟଣା ଘଟାଇଥିବା ବାଇକ୍‌ରେ ଥିବା ୨ ଯୁବକଙ୍କୁ ଟାଉନ ଥାନାରେ ଅଟକ ରଖି ପୋଲିସ ଘଟଣାର ତଦନ୍ତ ଚଳାଇଛି। ଏନେଇ ଟାଉନ ଥାନାରେ ଏକ ଦୁର୍ଘଟଣା ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଥିବା ଥାନା ଅଧିକାରୀ ପଟ୍ଟନାୟକ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ମୃତ ଯୁବକ ଜଣକ ଗରିବ ଶ୍ରେଣୀର ହୋଇଥିବାରୁ ଟାଉନ ଥାନା ଅଧିକାରୀ ପଟ୍ଟନାୟକ ମାନବିକତା ଦେଖାଇ ପରିବାର ଲୋକଙ୍କୁ ୫ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଏପରି କି ଜିଲା ପ୍ରଶାସନ ପକ୍ଷରୁ ରେଡ୍‌କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି। କୋରାପୁଟ ମେଡିକାଲରେ ମୃତଦେହ ବ୍ୟବଚ୍ଛେଦ ପରେ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। କୁଲଦୀପ ରଙ୍ଗମିସ୍ତ୍ରି ଭାବେ କାର୍ଯ୍ୟକରି ପରିବାର ପ୍ରତିପୋଷଣ କରୁଥିଲେ। ରୋଜଗାରିଆ ପୁଅକୁ ହରାଇ ପରିବାର ଲୋକେ ଭାଙ୍ଗି ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri