ଦୁଇ ବାଇକ ମୁହାଁ ମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର

ଛତ୍ରପୁର,୯।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅନ୍ତର୍ଗତ ବଡ଼ ମାଧପୁର ଦକ୍ଷିଣକାଳୀ ମନ୍ଦିର ସମ୍ମୁଖ ରାସ୍ତାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି l ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି l ମୃତକ ଜଣକ ବଡ଼ ମାଧପୁର ଅଞ୍ଚଳର ଏସ, ନିରଞ୍ଜନ ରେଡ୍ଡୀ ଓ ଗୁରୁତର ଆହତ ଜଣକ ନିମପଲ୍ଲି ଅଞ୍ଚଳର ପିଣ୍ଟୁ ଦାସ ବୋଲି ଜଣା ପଡିଛି l ସୂଚନା ମୁତାବକ ଏସ. ନିରଞ୍ଜନ ରେଡ୍ଡୀ ନିଜ ଗ୍ରାମରୁ ଏକ ବାଇକ ଯୋଗେ ମନ୍ଦିରକୁ ଯାଉଥିବା ବେଳେ ଅପର ପଟୁ ପିଣ୍ଟୁ ଆଉ ଏକ ବାଇକ ଯୋଗେ ନିଜ ଗ୍ରାମରୁ ହିଣ୍ଡୁଳା ଅଭିମୁଖେ ଯାଉଥିଲେ l ଏତିକିବେଳେ ଦୁହିଁଙ୍କ ବାଇକ ମୁହାଁ ମୁହିଁ ଧକ୍କା ହୋଇଥିଲା l ଫଳରେ ନିରଞ୍ଜନଙ୍କୁ ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ ଛତ୍ରପୁର ମେଡିକାଲକୁ ଅଣାଯାଇଥିବା ବେଳେ ଗୁରୁତର ଆହତ ପିଣ୍ଟୁଙ୍କୁ ଏକ ଅଟୋ ଯୋଗେ ଛତ୍ରପୁର ମେଡିକାଲ ଅଣାଯାଇଥିଲା l ସେଠାରେ ଉପସ୍ଥିତ ଡାକ୍ତର ନିରଞ୍ଜନଙ୍କୁ ମୃତ ଘୋଷଣା କରିଥିଲେ l ଅନ୍ୟପଟେ ପିଣ୍ଟୁଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ବାବୁଙ୍କ ଦକ୍ଷତା ମାପିବେ ସରକାର: ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଭୁବନେଶ୍ୱର,୨୦।୧ (ରବିନାରାୟଣ ଜେନା):ରାଜ୍ୟବାସୀଙ୍କୁ କିଭଳି ହାତ ପାଆନ୍ତାରେ ରାଜସ୍ବ ସେବା ମିଳିବ ତାକୁ ନେଇ ଗତ ୧୮ମାସ ମଧ୍ୟରେ ରାଜସ୍ବ ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ସମୟସୀମା...

ତାର୍କିକ ଅସଙ୍ଗତି ତାଲିକାରେ ଥିବା ଲୋକଙ୍କ ନାଁ ପ୍ରକାଶ କର

ନୂଆଦିଲ୍ଲୀ,୨୦ା୧(ପି.ଟି.): ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଯେଉଁମାନଙ୍କ ନାମ ତାର୍କିକ ଅସଙ୍ଗତି ତାଲିକାରେ ରହିଛି, ସେଗୁଡ଼ିକୁ ଗ୍ରାମପଞ୍ଚାୟତ ଭବନ, ବ୍ଲକ୍‌...

ନଏଡ଼ା ସିଇଓ ବହିଷ୍କୃତ

ଲକ୍ଷ୍ନୌ,୨୦ା୧(ପି.ଟି.): ନଏଡ଼ା ସେକ୍ଟର ୧୫୦ସ୍ଥିତ ଏକ ନିର୍ମାଣ ସ୍ଥଳରେ ଜଳଭର୍ତ୍ତି ଗର୍ତ୍ତ ମଧ୍ୟକୁ କାର୍‌ ଖସି ୨୭ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କ ମୃତ୍ୟୁ ଘଟଣାରେ ନଏଡ଼ା...

କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ

ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା):  ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ...

ଦ୍ରୁତ ହ୍ରାସ ପାଉଛି ଚାଇନା ଜନସଂଖ୍ୟା

ବେଜିଂ,୨୦ା୧(ପି.ଟି.): ୨୦୨୫ରେ ଚାଇନାରେ ଜନ୍ମହାର ୧୦ ବର୍ଷ ପୂର୍ବ ତୁଳନାରେ ୧୦ ନିୟୁତ ହ୍ରାସ ପାଇଥିବାବେଳେ କ୍ରମାଗତ ଚତୁର୍ଥ ବର୍ଷ ପାଇଁ ଜନସଂଖ୍ୟା ହ୍ରାସ ପାଇଛି।...

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri