ଦୁଇ ବାଇକ ମୁହାଁ ମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର

ଛତ୍ରପୁର,୯।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅନ୍ତର୍ଗତ ବଡ଼ ମାଧପୁର ଦକ୍ଷିଣକାଳୀ ମନ୍ଦିର ସମ୍ମୁଖ ରାସ୍ତାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି l ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି l ମୃତକ ଜଣକ ବଡ଼ ମାଧପୁର ଅଞ୍ଚଳର ଏସ, ନିରଞ୍ଜନ ରେଡ୍ଡୀ ଓ ଗୁରୁତର ଆହତ ଜଣକ ନିମପଲ୍ଲି ଅଞ୍ଚଳର ପିଣ୍ଟୁ ଦାସ ବୋଲି ଜଣା ପଡିଛି l ସୂଚନା ମୁତାବକ ଏସ. ନିରଞ୍ଜନ ରେଡ୍ଡୀ ନିଜ ଗ୍ରାମରୁ ଏକ ବାଇକ ଯୋଗେ ମନ୍ଦିରକୁ ଯାଉଥିବା ବେଳେ ଅପର ପଟୁ ପିଣ୍ଟୁ ଆଉ ଏକ ବାଇକ ଯୋଗେ ନିଜ ଗ୍ରାମରୁ ହିଣ୍ଡୁଳା ଅଭିମୁଖେ ଯାଉଥିଲେ l ଏତିକିବେଳେ ଦୁହିଁଙ୍କ ବାଇକ ମୁହାଁ ମୁହିଁ ଧକ୍କା ହୋଇଥିଲା l ଫଳରେ ନିରଞ୍ଜନଙ୍କୁ ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ ଛତ୍ରପୁର ମେଡିକାଲକୁ ଅଣାଯାଇଥିବା ବେଳେ ଗୁରୁତର ଆହତ ପିଣ୍ଟୁଙ୍କୁ ଏକ ଅଟୋ ଯୋଗେ ଛତ୍ରପୁର ମେଡିକାଲ ଅଣାଯାଇଥିଲା l ସେଠାରେ ଉପସ୍ଥିତ ଡାକ୍ତର ନିରଞ୍ଜନଙ୍କୁ ମୃତ ଘୋଷଣା କରିଥିଲେ l ଅନ୍ୟପଟେ ପିଣ୍ଟୁଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri