ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣକ ଜୀବନ, ୩ ଗୁରୁତର, ଆମ୍ବୁଲାନ୍ସ ନ ମିଳିବାରୁ ତେଜିଲା ଅସନ୍ତୋଷ

ରାଇକିଆ,୨୨।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଆଦର୍ଶ ବିଦ୍ୟାଳୟ ନିକଟ ବୁଲାଣି ରାସ୍ତାରେ ମଙ୍ଗଳବାର ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକ ଜିଡୁବାଡି ଗ୍ରାମର ରିକୁନ ପ୍ରଧାନ ବୋଲି ଜଣାପଡିଛି।

ଅନ୍ୟପକ୍ଷେ ଜିଡୁବାଡିର ପପୁନ ଦିଗାଲ, ଦାଡ଼ାକେତାର ବିକାଶ ପ୍ରଧାନ ଏବଂ ଡ଼ାମ୍ବାର ବାପି ପ୍ରଧାନ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ଅଗ୍ନିଶମ କର୍ମଚାରୀ ଏବଂ ପୋଲିସ ଉଦ୍ଧାର କରି ରାଇକିଆ ମେଡିକାଲରେ ଭର୍ତ୍ତି କରିଥିଲେ। ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ଫୁଲବାଣୀ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ହେଲେ ହସ୍ପିଟାଲ ସ୍ଥନାନ୍ତର ପାଇଁ ଆମ୍ବୁଲାନ୍ସ ମିଳି ନ ଥିଲା । ଏନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ କିଛି ସମୟ ଅସନ୍ତୋଷ ତେଜିବା ସହ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri