୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କ ଜୀବନ ୨ ଗୁରୁତର

ଥୁଆମୂଳ ରାମପୁର,୩ା୬ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ କର୍ଲାପାଟ ଥାନା ଅଞ୍ଚଳରେ ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ ପୂର୍ବାହ୍ନରେ ବାଲିସରା ଗ୍ରାମର ଧନେଶ୍ବର ନାଏକ (୫୫) ନିଜ ବାଇକ୍‌ (ଓଡି୦୮ଇ୧୮୩୯)ରେ ଗୁଣପୁର ଯାଉଥିଲେ। ଏହି ସମୟରେ କଠଘରା ଗ୍ରାମର ପର୍ଶୁରାମ ମାଝୀ (୨୩) ଓ ପୁରାଣ ମାଝୀ (୩୦) ଅନ୍ୟ ବାଇକ୍‌ (ଓଡି୦୮ଜେଡ୧୦୩୦)ରେ ଆସୁଥିବା ବେଳେ ମୁଣ୍ଡାପଡା ଛକ ବୁଲାଣିରେ ୨ ବାଇକ୍‌ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଧନେଶ୍ବରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ବାଇକ୍‌ ଆରୋହୀ ଗୁରୁତର ହୋଇଥିଲେ। ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରୁ ଜଣଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ମୃତକଙ୍କ ପରିବାର କର୍ଲାପାଟ ଥାନାରେ ଲିଖିତ ଅଭିଯୋଗ କଲାପରେ ପୋଲିସ କେସ୍‌ ନଂ.୧୪/୨୫ରେ ମାମଲା ରୁଜୁକରିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା କର୍ଲାପାଟ ଥାନାଧିକାରୀ ଶ୍ରୀକାନ୍ତ କଲୋକା ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

‘ଇ୨୦’ ପେଟ୍ରୋଲ ବ୍ୟବହାର କଲେ ବୀମା ବାତିଲ ହେବନାହିଁ: କେନ୍ଦ୍ର

ନୂଆଦିଲ୍ଲୀ, ୨୫ା୬ : ୨୦ ପ୍ରତିଶତ ଇଥାନଲ୍‌ ମିଶ୍ରିତ ପେଟ୍ରୋଲ୍‌ ବା ‘ଇ୨୦’ ଇନ୍ଧନ ବ୍ୟବହାର କଲେ ଗାଡ଼ିର ବୀମା ଅବଧି ବା ବୈଧତା ବାତିଲ ହୋଇଯିବ…

ଟ୍ରମ୍ପ୍‌ଙ୍କୁ ଝଟକା: ସିନେଟ୍‌ରେ ଯୁଦ୍ଧ ବିରୋଧୀ ପ୍ରସ୍ତାବ ଗୃହୀତ

ୱାଶିଂଟନ, ୨୫ା୬: ଇରାନ୍‌ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ରୋକିବା ଏବଂ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏହି ଯୁଦ୍ଧନୀତିକୁ ବଡ଼ ବିରୋଧ କରାଯାଇ ସିନେଟ ପ୍ରଥମ ଥର…

ନାବାଳିକା ଗଣବଳାତ୍କାରର ଶିକାର

ଜି. ଉଦୟଗିରି, ୨୫ା୬ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିବା ନେଇ ଫୁଲବାଣୀ ଟାଉନ୍‌ ଥାନାରେ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ଡେନ୍‌ମାର୍କରେ ମିଳିଲା ‘ଭାଇକିଂ’ ଯୁଗର ବିଶାଳ ବସ୍ତ୍ର ଉତ୍ପାଦନ କେନ୍ଦ୍ର

ସୋଫ୍ଟେନ (ଡେନମାର୍କ), ୨୫ା୬ (ଏପି): ୟୁରୋପର ପ୍ରାଚୀନ ଇତିହାସକୁ ନେଇ ବଡ଼ ପ୍ରତ୍ନତାତ୍ତ୍ୱିକ ସଫଳତା ମିଳିଛି। ଡେନ୍‌ମାର୍କରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଭାଇକିଂ ଯୁଗର ଏକ ବିଶାଳ ବସ୍ତ୍ର ଉତ୍ପାଦନ…

ମୌସୁମୀ ସକ୍ରିୟ, ବଢ଼ିବ ବର୍ଷା: ଏହି ସବୁ ଜିଲାରେ…

ଭୁବନେଶ୍ୱର,୨୫ା୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି ସ୍ଥାନରେ…

ୟୁରୋପରେ ସାଂଘାତିକ ‘ହିଟ୍‌-ଡୋମ୍‌’

ଲଣ୍ଡନ, ୨୫ା୬ (ଏପି): ସମଗ୍ର ପଶ୍ଚିମ ୟୁରୋପରେ ସୃଷ୍ଟି ହୋଇଥିବା ‘ହିଟ୍‌-ଡୋମ୍‌’ (ଉତ୍ତପ୍ତ ବାୟୁ ବଳୟ) ଯୋଗୁ ବ୍ରିଟେନ, ଫ୍ରାନ୍ସ, ଇଟାଲୀ ଏବଂ ସ୍ପେନ୍‌ ଭଳି ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri