ଘନ କୁହୁଡ଼ିରେ ଦୁଇ ବାଇକ୍‌ ମୁହାଁମୁହିଁ: ଚାଲିଗଲା ଜଣଙ୍କ ଜୀବନ, ଆଉ ୫ ଜଣ ଏବେ…

ନନ୍ଦପୁର,୨୩ା୧୧(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲାରେ ବର୍ତ୍ତମାନ ସକାଳୁ ଶୀତର ଲହରି ସାଙ୍ଗକୁ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ଏହି ଘନ କୁହୁଡ଼ି ଯୋଗୁ ବିଭିନ୍ନ ସ୍ଥାନରେ ସଡ଼କ ଦୁର୍ଘଟଣା ଘଟୁଛି। ସୋମବାର ମାଛକୁଣ୍ଡ ଥାନା ଅଧୀନ ଗୁନେଇପଡ଼ା ଗ୍ରାମ ନିକଟରେ କୁହୁଡ଼ି କାରଣରୁ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ଜଣକ ବୈପାରୀଗୁଡ଼ା ବ୍ଲକ୍‌ କଟରାଗୁଡ଼ା ଗ୍ରାମର ପୀତାମ୍ବର ଖିଲ ବୋଲି ପରିଚୟ ମିଳିଛି। ମାଛକୁଣ୍ଡ ପୋଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ ମୃତଦେହ ଓ ଆହତମାନଙ୍କୁ ଉଦ୍ଧାର କରି ଲମତାପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ସମସ୍ତ ଗୁରୁତରଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ରବିବାର ରାତିରେ ରାୟପଡ଼ା ଗ୍ରାମରେ ଅନୁଷ୍ଠିତ ପୋଢମରା ଯାତ୍ରା ଦେଖିବାକୁ ମୃତକ ଓ ତାଙ୍କ ସହଯାତ୍ରୀମାନେ ଆସିଥିଲେ। ଯାତ୍ରା ସାରି ଫେରୁଥିବାବେଳେ ସେମାନେ ଏହି ଦୁର୍ଘଟଣାର ଶିକାର ହୋଇଥିବା ପୋଲିସ ସୂଚନା ଦେଇଛି। ଏନେଇ ଏକ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଚାଲିଥିବା ମାଛକୁଣ୍ଡ ଥାନା ଅଧିକାରୀ କୁଳମଣି ବୁରୁଦା ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାହୁ-କେତୁଙ୍କ ଗୋଚର: କାର୍ତ୍ତିିକ ପୂର୍ଣ୍ଣିିମାଠୁ ୩ ରାଶିଙ୍କ ଉପରେ ଅଶୁଭ ପ୍ରଭାବ! ମାଡିଆସିବ ଘୋର ସମସ୍ୟା

ନଭେମ୍ବର ୨୫ ତାରିଖ ସନ୍ଧ୍ୟା ୪ଟା ୩୪ ମିନିଟରେ ରାହୁ ଓ କେତୁଙ୍କ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହଙ୍କ ଗୋଚରର ପ୍ରଭାବ…

ଶୁଭମନ ଗିଲଙ୍କ ଗୋଟିଏ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଅଶ୍ୱିନ୍‌, କହିଦେଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୨୪।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନରେ ଖେଳାଯାଇଥିବା ପ୍ରଥମ ମ୍ୟାଚ ଡ୍ର’ ରହିଛି। ଏହି ମ୍ୟାଚରେଟିମ ଇଣ୍ଡିଆ ଚମତ୍କାର ପ୍ରଦର୍ଶନ କରିଥିଲା। ପ୍ରଥମେ ବୋଲିଂରେ…

ରାଗିଲେ ଗିଲ, ଅଧିନାୟକଙ୍କୁ ପାଠପଢାଇଲେ ଅଜିଙ୍କ୍ୟ ରାହାଣେ

ନୂଆଦିଲ୍ଲୀ,୨୪।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ ଡ୍ର’ରେ ଶେଷ ହୋଇଛି। ମ୍ୟାଚ ସମୟରେ ଏପରି ଏକ ମୁହୂର୍ତ୍ତ ଆସିଥିଲା ଯେତେବେଳେ ଅଧିନାୟକ…

ଶେୟାର ବଜାରରେ ଅଚାନକ ହ୍ରାସ

ମୁମ୍ବାଇ,୨୪ା୧୧: ଭାରତୀୟ ଶେୟାର ବଜାରରେ ଗତ କିଛିଦିନରେ ସକାରାତ୍ମକ ପ୍ରଭାବ ଅନୁଭୂତ ହେବା ପରେ ସୋମବାର ଅଚାନକ ହ୍ରାସ ଦେଖାଯାଇଛି। ଏସୀୟ ବଜାରର ଦୁର୍ବଳ ସଙ୍କେତ ସତ୍ତ୍ୱେ…

Live Updates: ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬…

ଭୁବନେଶ୍ୱର,୨୪।୧୧: ପରିବେଶ ସୁରକ୍ଷା ଓ ଏ ଦିଗରେ ସକାରାତ୍ମକ ପଦକ୍ଷେପ ନେବା ଉଦ୍ଦେଶ୍ୟରେ ‘ଧରିତ୍ରୀ’ ପକ୍ଷରୁ ପ୍ରତିବର୍ଷ ‘ୟୁଥ କନକ୍ଲେଭ ବା ଯୁବ ସମ୍ମିଳନା’ ଅନୁଷ୍ଠିତ ହେଉଛି…

ନୀଳଗିରିରେ ପଶିଲେ ୪୮ ଝାଡ଼ଖଣ୍ଡୀ ହାତୀ, ଧାନ ଫସଲ ନଷ୍ଟ; ଆତଙ୍କରେ ଗ୍ରାମବାସୀ

ନୀଳଗିରି,୨୪।୧୧(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ୪୮ ଟିକିଆ ଝାଡ଼ଖଣ୍ଡୀ ହାତୀପଲ । ଝାଡ଼ଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ ଭାବେ…

ଦୁଇ ବର୍ଷ ପରେ ଶେଖ ହସିନାଙ୍କ ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ ସ୍ଥିର ହୋଇଛି ତାରିଖ; କାହିଁକି ସେ ଏହିଦିନ ଫରିବାକୁ ଚାହୁଁଛନ୍ତି? ମାଗିଲେ ବିମାନ

ନୂଆଦିଲ୍ଲୀ/ଢାକା,୨୪।୧୧: ଭାରତରେ ଦୁଇ ବର୍ଷରୁ ଅଧିକ ସମୟ ଧରି ନିର୍ବାସିତ ଜୀବନ ବିତାଇବା ପରେ, ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଆସନ୍ତା ଡିସେମ୍ବର ୧୬ ତାରିଖରେ…

ଟିମ୍‌ ଇଣ୍ଡିଆ ପାଇଁ କଣ୍ଟା ସାଜିବେ ନ୍ୟୁଜିଲାଣ୍ଡର ଏହି ୨ ଘାତକ ବୋଲର: ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଘାରିଲା ଚିନ୍ତା

ଖ୍ରୀଷ୍ଟଚର୍ଚ୍ଚ,୨୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ୱେଲିଂଟନ ଟେଷ୍ଟରେ ଭାରତୀୟ ଦଳ ଆଶାଠାରୁ ଭଲ ପ୍ରଦର୍ଶନ କରିଛି। ଯଦିଓ ବିଜୟର ନିକଟତର ହୋଇ ମଧ୍ୟ ଟିମ ଇଣ୍ଡିଆକୁ ସଫଳତା ମିଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?