ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର ଅମିତ ବାଘ ଓ ନବରଙ୍ଗପୁର ସହର ଗାନ୍ଧୀନଗର ସାହିର  ତ୍ରିଲୋଚନ ଯାନୀ।
ସୂଚନାନୁଯାୟୀ, ତ୍ରିଲୋଚନ ସହର ଉପକଣ୍ଠ କୋରାପୁଟ ଜିଲାର  ଆଉଁଳିସ୍ଥିତ ଏକ ଢ଼ାବାରେ କାମ କରନ୍ତି। ତ୍ରିଲୋଚନ ନିଜ ସ୍କୁଟି (ଓଡି-୨୪ବି ୬୩୮୩)ରେ  ଘରକୁ ଫେରୁଥିଲେ। ଏହି ସମୟରେ ବିପରୀତ ଦିଗରୁ  ଅମିତ   ବାଇକ୍‌ (ଓଡି-୨୪ଏ-୯୨୮୨)ରେ ବଡ଼ଡାଇଭଟ୍ଟାକୁ  ଯାଉଥିଲେ। ଉଭୟଙ୍କ ଗାଡ଼ି ଗ୍ଲେଜ ହୋଟେଲ  ଆଗରେ ମୁହାଁମୁହିଁ ହୋଇଥିଲା।   ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଯାଇଥିଲା।  ଖବରପାଇ  ପୋଲିସ  ସେଠାରେ ପହଞ୍ଚି ଉଭୟଙ୍କ  ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ କରାଇ ପରିବାର ଲୋକାଙ୍କୁ ହସ୍ତାନ୍ତର କରିଛି। ଏନେଇ ନବରଙ୍ଗପୁର ଥାନାରେ ୫୨୫/୨୪ ରେ ଏକ ମାମଲା ରୁଜୁ ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କ ପାଇଁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri