ଓଭରଟେକ କରୁଥିବା ବେଳେ ପରସ୍ପର ମଧ୍ୟରେ ପିଟି ହେଲେ ଦୁଇ ବାଇକ୍, ତାପରେ….

ବଲାଙ୍ଗୀର,୨୫।୨(ସୁନିଲ କୁମାର ମହାନ୍ତି): ବିଳମ୍ବିତ ସନ୍ଧ୍ୟାରେ ବଲାଙ୍ଗୀରରେ ସଡ଼କ ଦୁର୍ଘଟଣା । ବୁଧବାର ସନ୍ଧ୍ୟାରେ ବଲାଙ୍ଗୀର ଭିଆଇପି ରାସ୍ତା ଭାବେ ପରିଚିତ ଭାଗିରଥି ଛକ- ସର୍କିଟ ହାଉସ ରାସ୍ତାରେ ଦୁଇ ମଟର ସାଇକେଲ ଦୁର୍ଘଟଣା ହୋଇଛି । ଏଥିରେ ଦୁଇ ବାଇକ୍ ଆରୋହୀ ଆହତ ହୋଇଛନ୍ତି ।

ସୂଚନା ଅନୁସାରେ, ଦୁଇ ବାଇକ ଅତ୍ୟନ୍ତ କ୍ଷୀପ୍ର ଗତିରେ ପରସ୍ପରକୁ ଓଭରଟେକ କରୁଥିବାବେଳେ ରାସ୍ତାରେ ପରସ୍ପର ମଧ୍ୟରେ ପିଟି ହୋଇଥିବା ଜଣାପଡିଛି । ଦୁର୍ଘଟଣା ସ୍ଥଳରେ ବଲାଙ୍ଗୀର ଟାଉନ୍ ଥାନା ପୋଲିସ ପହଞ୍ଚି ଆହତଙ୍କୁ ଭୀମଭୋଇ ମେଡ଼ିକାଲ କଲେଜ ଓ ହସପିଟାଲକୁ ନେଇଥିଲେ । ଦୁଇ ବାଇକ୍  ଆପାଚି ଓ ପଲସର୍ ମଟର ସାଇକେଲକୁ ପୋଲିସ ଜବତ କରି ଥାନାକୁ ନେଇଥିବା ଜଣାପଡିଛି । ଭିଆଇପି ରାସ୍ତାରେ ସ୍ପିଡ୍ ବାଇକର ଓ ନିଶାଖୋର ଅମାନିଆ ଗାଡ଼ି ଚାଳକମାନେ ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟାଉଥିବାରୁ ଅଭିଭାବକ ଓ ସାଧାରଣ ଲୋକମାନେ ପ୍ରଶାସନ ଓ ପୋଲିସ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ଦାବୀ କରିଛନ୍ତି  ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri