ଦୁଇ ବାଇକ୍‌ ମୁହାଁମୁହିଁ: ଉଭୟ ଚାଳକ ଗୁରୁତର

ନିରାକାରପୁର,୩ା୬(ଡି.ଏନ୍‌.ଏ.): ଶନିବାର ୨ଟି ବାଇକ୍‌ ମୁହାଁମୁହିଁ ହେବାରୁ ଉଭୟ ଚାଳକ ଗୁରୁତର ହୋଇଥିବା ଜଣାଯାଇଛି। ଖବର ଲେଖାହେବା ପର୍ଯ୍ୟନ୍ତ ଉଭୟ ଚାଳକଙ୍କ ପରିଚୟ ମିଳିପାରିନାହିଁ। ତେବେ ଜଣେ ଚାଳକଙ୍କ ଘର ଜଙ୍କିଆ ଥାନା ଅଧିନସ୍ଥ ଦେଉଳି ହୋଇଥିବା ବେଳେ ଅନ୍ୟଜଣେ ନିରାକାରପୁର ଥାନା ଅଧିନସ୍ଥ ଲେଣ୍ଡୋ ଅଞ୍ଚଳର ବୋଲି ସୂଚନା ମିଳିଛ।

ମିଳିଥିବା ସୂଚନାନୁସାରେ, ରାମେଶ୍ୱର ମେଡିକାଲ ଛକର ଅନତିଦୂରରେ ଥିବା ନୂଆ ଜଗନ୍ନାଥ ସଡ଼କରେ ଉଭୟ ଆସୁଥିବାବେଳେ ୨ଟି ଯାକ ବାଇକ୍‌ ସମ୍ମୁଖରୁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଉଭୟେ ରାସ୍ତାପାର୍ଶ୍ୱକୁ ଛିଟିକି ପଡ଼ିଥିଲେ। ଉଭୟଙ୍କ ଚିତ୍କାର ଶୁଣି କେତେକ ସ୍ବେଚ୍ଛାସେବୀଙ୍କ ସମେତ ସ୍ଥାନୀୟବାସିନ୍ଦା ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ସ୍ଥାନୀୟ ଏକ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଇଥିବା ଜଣାପଡ଼ିଛି। କୌଣସି ସୂତ୍ରରୁ ଖବରପାଇ ଘଟଣାସ୍ଥଳରେ ନିରାକାରପୁର ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକ୍‌ ଦୁଇଟିକୁ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

ଖେତ ବଚାଓ ଅଭିଯାନକୁ ମିଳିଲା ନୂଆ ଗତି: ଜୈବସାର ପ୍ରଚାରରେ ଅଗ୍ରଣୀ ଗଞ୍ଜାମ ଏଫପିସି

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ): ଭାରତୀୟ କୃଷି ଅନୁସନ୍ଧାନ ପରିଷଦ (ଆଇସିଏଆର୍‌) ଅଧୀନସ୍ଥ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆରଆରଆଇ) ପକ୍ଷରୁ ଜୈବସାରର ବୈଜ୍ଞାନିକ ପ୍ରଚାର ଏବଂ ସନ୍ତୁଳିତ ସାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri