ସ୍କୁଲ୍‌ ଆଗରେ ଦୁଇ ବିଇଓ ହଟହଟା

ରେଢାଖୋଲ,୧୭।୧୦(ଡି.ଏନ.ଏ.)
ସମ୍ବଲପୁର ଜିଲା ରେଢାଖୋଲ ବ୍ଲକ କଦଳୀଗଡ ହାଇସ୍କୁଲ ଆଗରେ ଶୁକ୍ରବାର ରେଢାଖୋଲ ବ୍ଲକ୍‌ ଶିକ୍ଷା ଅଧିକାରୀ (ବିଇଓ) ଭଗବାନ ବାଙ୍କିରା ଓ ଜୁଜୁମୁରା ବ୍ଲକ ଶିକ୍ଷା ଅଧିକାରୀ ଜୟକୃଷ୍ଣ ପିଙ୍କ ହଟହଟା ହୋଇଛନ୍ତି। ଏହି ସ୍କୁଲର ମଧ୍ୟାହ୍ନ ଭୋଜନ ଚାଉଳ ହେରଫେର ମାମଲାର ତଦନ୍ତ ପାଇଁ ଉଭୟ ଅଧିକାରୀ ସ୍କୁଲ୍‌ ଆଗରେ ପହଞ୍ଚତ୍ଥିଲେ। ହେଲେ ଦୀର୍ଘ ୮ ବର୍ଷ ହେଲା ଏଠାରେ ପ୍ରଧାନ ଶିକ୍ଷକ ନିଯୁକ୍ତ କରାଯାଉ ନ ଥିବାରୁ ଏହି ଦୁଇ ଅଧିକାରୀଙ୍କୁ ଦେଖି ସ୍ଥାନୀୟ ଲୋକେ ତାତି ଉଠିଥିଲେ। ସେମାନେ ସ୍କୁଲ୍‌ ଗେଟ୍‌ରେ ତାଲା ପକାଇ ଦେଇ ଉଭୟ ଶିକ୍ଷା ଅଧିକାରୀଙ୍କୁ ଭିତରକୁ ଯିବାକୁ ଦେଇ ନ ଥିଲେ। ପ୍ରଥମେ ପ୍ରଧାନ ଶିକ୍ଷକ ନିଯୁକ୍ତ କରିବାକୁ ଅଡ଼ି ବସିଥିଲେ। ଫଳରେ ଉଭୟ ଶିକ୍ଷା ଅଧିକାରୀ ସେମାନଙ୍କୁ ବୁଝାଇବାରେ ବ୍ୟର୍ଥ ହୋଇ ଘଟଣାର ତଦନ୍ତ ନ କରି ଫେରି ଯିବାକୁ ବାଧ୍ୟ ହୋଇଥିଲେ। କୃଷ୍ଣଚନ୍ଦ୍ର ହୋତା, ପ୍ରଦୀପ ମହାକୁଡ, ସମିତିସଭ୍ୟ ଧର୍ମେନ୍ଦ୍ର କହଁର, ଭଗବାନ ମେହେର, ବୃଷକେତୁ ପ୍ରଧାନ, ପରମେଶ୍ୱର ପ୍ରଧାନ, ଜ୍ୟୋତିରଞ୍ଜନ ଗଡତିଆଙ୍କ ପ୍ରମୁଖ ସ୍ଥାନୀୟ ଲୋକେ ଦୁଇ ଅଧିକାରୀଙ୍କୁ ଅସନ୍ତୋଷ ଜଣାଇଥିଲେ। ସୂଚନାଯୋଗ୍ୟ, ଭାରପ୍ରାପ୍ତ ପ୍ରଧାନ ଶିକ୍ଷକରେ ଏହି ସ୍କୁଲ ଚାଲିଛି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା ଶିକ୍ଷକ ବୀରେନ୍ଦ୍ର କୁମାର ସାହୁଙ୍କ ନାମରେ ମଧ୍ୟାହ୍ନ ଭୋଜନ ଚାଉଳ ହେରଫେର ଅଭିଯୋଗ ଆସିବା ପରେ ସେ ଜିଲା ଶିକ୍ଷାଧିକାରୀଙ୍କ ଦ୍ୱାରା ନିଲମ୍ବିତ ହୋଇଛନ୍ତି। ଏହାପରେ ଶିକ୍ଷୟିତ୍ରୀ ମମତା ସାହୁଙ୍କୁ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?