ସାତକୋଶିଆକୁ ଆସିଲା ୨ ବୋଟ୍‌, ଜେଟି

ବନ୍ତଳା, ୪ା୮(ଡି.ଏନ.ଏ.)

ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ପହଞ୍ଚିଛି ୧୦ ସିଟ୍‌ ବିଶିଷ୍ଟ ୨ଟି ନୂଆ ବୋଟ୍‌ ଓ ଜେଟି। ଏହାର ମୂଲ୍ୟ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଜଣାଯାଇଛି। ଏହି ବୋଟ୍‌ ପାଟ୍ରୋଲିଂ କାମରେ ଲାଗିବ। ସେଥିରୁ ଗୋଟିଏ କଟରଙ୍ଗ ଘାଟ ଓ ଅନ୍ୟଟି ବଳଦମରା ଚେନଗେଟ୍‌ ନିକଟରେ ରହିବ ବୋଲି ସୂଚନା ରହିଛି।
ପ୍ରକାଶଥାଉ କି, ସାତକୋଶିଆ ଅଭୟାରଣ୍ୟକୁ ମଧ୍ୟପ୍ରଦେଶରୁ ଆସିଥିବା ବାଘୁଣୀ ସୁନ୍ଦରୀ ଆକ୍ରମଣରେ ୨୦୧୮ ସେପ୍ଟେମ୍ବର ୧୨ରେ ଜଣେ ଲୋକଙ୍କ ମୃତ୍ୟୁ ଅଭିଯୋଗ ପରେ ସ୍ଥାନୀୟ ବାସିନ୍ଦା ପର୍ଯ୍ୟଟକ ଓ ବନବିଭାଗ ପାଇଁ ଥିବା ୭ଟି ବୋଟ୍‌କୁ ପୋଡ଼ି ଦେଇଥିଲେ। ଫଳରେ ପର୍ଯ୍ୟଟକଙ୍କ ସଂଖ୍ୟା କମିବା ସହ ପାଟ୍ରୋଲିଂ ପାଇଁ ବିଭାଗକୁ ଅସୁବିଧା ହୋଇଥିଲା। ପରବର୍ତ୍ତୀ ସମୟରେ ପ୍ରଧାନ ମୁଖ୍ୟ ବନସଂରକ୍ଷକ ବନ୍ୟପ୍ରାଣୀଙ୍କ ପ୍ରସ୍ତାବ କ୍ରମେ ଅଭୟାରଣ୍ୟ ପାଇଁ ୪ଟି ବୋଟ୍‌ ଅଣାଯାଇଥିଲା। ସେଥିରୁ ଗୋଟିଏ ଜିଲିଣ୍ଡା ରେଞ୍ଜକୁ ଦିଆଯାଇଥିବାବେଳେ ଆଉ ୨ଟି ପର୍ଯ୍ୟଟକ ଓ ଗୋଟିଏ ବନ ବିଭାଗର ପାଟ୍ରୋଲିଂ ପାଇଁ ବ୍ୟବହୃତ ହେଉଛି। ପରେ ସାତକୋଶିଆ ଡିଏଫଓ ଆଉ ୮ଟି ବୋଟ୍‌ ଓ ଦୁଇଟି ଜେଟି ପାଇଁ ପ୍ରସ୍ତାବ ଦେଇଥିଲେ। ସେଥିମଧ୍ୟରୁ ଏବେ ୨ଟି ବୋଟ୍‌ ଓ ଜେଟି ଅଭୟାରଣ୍ୟରେ ପହଞ୍ଚିଛି। ଅନ୍ୟପକ୍ଷରେ କରୋନା ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ଘଡ଼ିଆଳ ଓ ମଗର କୁମ୍ଭୀର ଥିବା ଟିକରପଡା ପ୍ରଜନନ, ସଂରକ୍ଷଣ କେନ୍ଦ୍ରକୁ ପର୍ଯ୍ୟଟକମାନଙ୍କୁ ବାରଣ କରାଯାଇଛି। ସାତକୋଶିଆ ଡିଏଫଓ ରାମାସ୍ବାମୀ ପି. କହିଛନ୍ତି, ଏହି ଦୁଇଟି ବୋଟ୍‌ ପାଟ୍ରୋଲିଂ ପାଇଁ ବ୍ୟବହାର କରାଯିବ। କୁମ୍ଭୀର ପ୍ରଜନନ ଓ ସଂରକ୍ଷଣ କେନ୍ଦ୍ରକୁ ପର୍ଯ୍ୟଟକମାନେ ଯିବା ଉପରେ କଟକଣା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri