ସାତକୋଶିଆକୁ ଆସିଲା ୨ ବୋଟ୍‌, ଜେଟି

ବନ୍ତଳା, ୪ା୮(ଡି.ଏନ.ଏ.)

ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ପହଞ୍ଚିଛି ୧୦ ସିଟ୍‌ ବିଶିଷ୍ଟ ୨ଟି ନୂଆ ବୋଟ୍‌ ଓ ଜେଟି। ଏହାର ମୂଲ୍ୟ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଜଣାଯାଇଛି। ଏହି ବୋଟ୍‌ ପାଟ୍ରୋଲିଂ କାମରେ ଲାଗିବ। ସେଥିରୁ ଗୋଟିଏ କଟରଙ୍ଗ ଘାଟ ଓ ଅନ୍ୟଟି ବଳଦମରା ଚେନଗେଟ୍‌ ନିକଟରେ ରହିବ ବୋଲି ସୂଚନା ରହିଛି।
ପ୍ରକାଶଥାଉ କି, ସାତକୋଶିଆ ଅଭୟାରଣ୍ୟକୁ ମଧ୍ୟପ୍ରଦେଶରୁ ଆସିଥିବା ବାଘୁଣୀ ସୁନ୍ଦରୀ ଆକ୍ରମଣରେ ୨୦୧୮ ସେପ୍ଟେମ୍ବର ୧୨ରେ ଜଣେ ଲୋକଙ୍କ ମୃତ୍ୟୁ ଅଭିଯୋଗ ପରେ ସ୍ଥାନୀୟ ବାସିନ୍ଦା ପର୍ଯ୍ୟଟକ ଓ ବନବିଭାଗ ପାଇଁ ଥିବା ୭ଟି ବୋଟ୍‌କୁ ପୋଡ଼ି ଦେଇଥିଲେ। ଫଳରେ ପର୍ଯ୍ୟଟକଙ୍କ ସଂଖ୍ୟା କମିବା ସହ ପାଟ୍ରୋଲିଂ ପାଇଁ ବିଭାଗକୁ ଅସୁବିଧା ହୋଇଥିଲା। ପରବର୍ତ୍ତୀ ସମୟରେ ପ୍ରଧାନ ମୁଖ୍ୟ ବନସଂରକ୍ଷକ ବନ୍ୟପ୍ରାଣୀଙ୍କ ପ୍ରସ୍ତାବ କ୍ରମେ ଅଭୟାରଣ୍ୟ ପାଇଁ ୪ଟି ବୋଟ୍‌ ଅଣାଯାଇଥିଲା। ସେଥିରୁ ଗୋଟିଏ ଜିଲିଣ୍ଡା ରେଞ୍ଜକୁ ଦିଆଯାଇଥିବାବେଳେ ଆଉ ୨ଟି ପର୍ଯ୍ୟଟକ ଓ ଗୋଟିଏ ବନ ବିଭାଗର ପାଟ୍ରୋଲିଂ ପାଇଁ ବ୍ୟବହୃତ ହେଉଛି। ପରେ ସାତକୋଶିଆ ଡିଏଫଓ ଆଉ ୮ଟି ବୋଟ୍‌ ଓ ଦୁଇଟି ଜେଟି ପାଇଁ ପ୍ରସ୍ତାବ ଦେଇଥିଲେ। ସେଥିମଧ୍ୟରୁ ଏବେ ୨ଟି ବୋଟ୍‌ ଓ ଜେଟି ଅଭୟାରଣ୍ୟରେ ପହଞ୍ଚିଛି। ଅନ୍ୟପକ୍ଷରେ କରୋନା ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ଘଡ଼ିଆଳ ଓ ମଗର କୁମ୍ଭୀର ଥିବା ଟିକରପଡା ପ୍ରଜନନ, ସଂରକ୍ଷଣ କେନ୍ଦ୍ରକୁ ପର୍ଯ୍ୟଟକମାନଙ୍କୁ ବାରଣ କରାଯାଇଛି। ସାତକୋଶିଆ ଡିଏଫଓ ରାମାସ୍ବାମୀ ପି. କହିଛନ୍ତି, ଏହି ଦୁଇଟି ବୋଟ୍‌ ପାଟ୍ରୋଲିଂ ପାଇଁ ବ୍ୟବହାର କରାଯିବ। କୁମ୍ଭୀର ପ୍ରଜନନ ଓ ସଂରକ୍ଷଣ କେନ୍ଦ୍ରକୁ ପର୍ଯ୍ୟଟକମାନେ ଯିବା ଉପରେ କଟକଣା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri