ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସବୁଠାରୁ ଅଧିକ ପ୍ରଭାବ ଏକମା  ପଞ୍ଚାୟତର ପଦମପୁର ଗ୍ରାମରେ ପଡ଼ିଛି। ଗାଁର ଉଭୟ ପାର୍ଶ୍ୱରେ ଥିବା ଦୁଇଟି ପୋଲ ଓ ରାସ୍ତା ପ୍ରଖର ସ୍ରୋତରେ ଧୋଇଯିବାରୁ ପଦମପୁର ଗ୍ରାମ ବିଚ୍ଛିନ୍ନ ହୋଇପଡ଼ିଛି।

ପଦମପୁରକୁ ବଡ଼ଗାଁ-ଏକମା ମୁଖ୍ୟ ରାସ୍ତା ସହ ସଂଯୋଗ କରୁଥିବା ପୋଲଟି କ୍ଷତିଗ୍ରସ୍ତ ହୋଇଥିବାବେଳେ ଗାଁର ଅନ୍ୟ ପାର୍ଶ୍ୱରେ ପେଟଫୋଡ ରାସ୍ତାର ପୋଲ ନିକଟ ରାସ୍ତା ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଫଳରେ ଗ୍ରାମବାସୀଙ୍କ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି ଏବଂ ସେମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ପ୍ରବଳ ବର୍ଷା ପ୍ରଭାବରେ ପ୍ରାୟ ୩୦ ଏକରରୁ ଊର୍ଦ୍ଧ୍ୱ ଚାଷଜମି ବାଲିଚର ହୋଇଯାଇଥିବାରୁ ଚାଷୀମାନେ କ୍ଷତିର ସମ୍ମୁଖୀନ ହୋଇଛନ୍ତି।

ଘଟଣା ସମ୍ପର୍କରେ ସୂଚନା ପାଇ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇ ଘଟଣାସ୍ଥଳରେ ପହଞ୍ଚି କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବା ସହ ସ୍ଥାନୀୟ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ସେ ବଡ଼ଗାଁ ବ୍ଲକର ସହକାରୀ ଯନ୍ତ୍ରୀ ସୁନିଲ ମୁର୍ମୁଙ୍କୁ ଘଟଣାସ୍ଥଳକୁ ଡକାଇ ଶୀଘ୍ର ରାସ୍ତା ମରାମତି କରି ଯାତାୟାତ ସ୍ବାଭାବିକ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ସହ ବଡ଼ଗାଁ ବିଡିଓ ଓ ତହସିଲଦାରଙ୍କ ସହ ଫୋନ୍‌ରେ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବାକୁ କହିଥିଲେ। ସ୍ଥାନୀୟ ଚାଷୀମାନେ ଜମି ବାଲିଚର ହୋଇଥିବା ନେଇ ଉପବାଚସ୍ପତିଙ୍କୁ ଅବଗତ କରାଇଥିଲେ। କ୍ଷତିଗ୍ରସ୍ତ ରାସ୍ତାର ତୁରନ୍ତ ମରାମତି ସହ ଚାଷୀମାନଙ୍କ କ୍ଷୟକ୍ଷତିର ସରକାରୀ ଆକଳନ କରି ଉପଯୁକ୍ତ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri