ମାଜିଷ୍ଟ୍ରେଟଙ୍କ ଆଦେଶ ପରେ ହାଜର ହୋଇନଥିଲେ ଦୁଇ ଭାଇ, ଗଲେ ଜେଲ୍

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ଟୁକୁନା ବିଶ୍ଵାଳ ଓ ମଙ୍ଗୁଳୁ ବିଶ୍ଵାଳ ଦୁଇ ଭାଇଙ୍କୁ ବୁଧବାର ପାଟପୁର ପୋଲିସ ୱାରେଣ୍ଟ ବଳରେ ଗିରଫ କରି ବ୍ରହ୍ମପୁର ଜିଲା ଜଜ କୋର୍ଟକୁ ଚାଲାଣ କରିଛନ୍ତି। ଅଭିଯୁକ୍ତ ଦୁଇ ଭାଇ ମାଜିଷ୍ଟ୍ରେଟଙ୍କ ଆଦେଶ ପ୍ରକାରେ କୋର୍ଟରେ ହାଜର ହୋଇନଥିବା କାରଣରୁ  ମାମଲା ନଂ.ଏସ.ଟି ୭୭/୨୬ ଆଇ.ପି.ସି ର ଦଫା – ୨୯୪/୩୦୭/୩୨୩/୫୦୬/୩୪  ଅନୁଯାୟୀ ଉଭୟଙ୍କ ବିରୋଧରେ ଜାମିନବିହୀନ ଗିରଫ ପରୱାନା ଜାରି କରାଯାଇଥିଲା ବୋଲି ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଜଣାଇଛନ୍ତି । କୋର୍ଟଙ୍କ ଆଦେଶ ପ୍ରକାରେ ପାଟପୁର ଥାନା ପୋଲିସ ଏଏସଆଇ ତ୍ରିନାଥ ଭୋଇ ଅଭିଯୁକ୍ତ ଦୁଇ ଭାଇଙ୍କୁ ଜାମିନ ବିହୀନ ୱାରେଣ୍ଟ ଅନୁଯାୟୀ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଉଭୟଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଖଲିଙ୍ଗିି ରଜକ ସାହିର ମିଥୁନ ସେଠୀଙ୍କ ବିରୋଧରେ ବ୍ରହ୍ମପୁର ଜିଲା ଜଜ କୋର୍ଟ ପକ୍ଷରୁ ମାମଲା ନଂ.ଏସ.ଟି -୨୩୨/୨୫ ଦଫା – ୨୯୬/୧୧୫(୨)/୭୬/୩୫୧(୨) ଅନୁଯାୟୀ ଜାରି କରାଯାଇଥିବା ଜାମିନ ବିହୀନ ୱାରେଣ୍ଟ ବଳରେ ପାଟପୁର ଥାନା ଏଏସଆଇ ସୁଧିର ନାୟକ ତାଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଥିବା ଆଇଆଇସି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

ପୁରୀ ରଥଯାତ୍ରା ଡ୍ୟୁଟିବେଳେ ପ୍ରାଣ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସହାୟତା

ବଞ୍ଚୋ,୧୫ା୭(ପ୍ରଦୋଷ ବିଶ୍ୱାଳ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଡ୍ୟୁଟିରେ ନିୟୋଜିତ ଥିବା ସମୟରେ କେନ୍ଦୁଝର ପୋଲିସ ବିଭାଗର ଜଣେ ହୋମଗାର୍ଡଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣା ସମଗ୍ର…

ସେବାୟତଙ୍କୁ ଶ୍ରୀମନ୍ଦିର ସେବାରୁ ନିଲମ୍ବନ କଲେ ମୁଖ୍ୟ ପ୍ରଶାସକ

ପୁରୀ,୧୫ା୭(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିରରେ ନୀତି ସମ୍ପାଦନରେ ଶୃଙ୍ଖଳା ରକ୍ଷା ପ୍ରତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସର୍ବଦା ସର୍ବୋଚ୍ଚ ଗୁରୁତ୍ୱ ଦେଇଆସୁଛି। ବୁଧବାର ଉଭାପର୍ବରେ ନୀତିକାନ୍ତି ପାଳନ ସମୟରେ…

ସରିଲା ଚାକିରି, କର୍ମମୟ ଜୀବନକୁ ମନେ ପକାଇ ଭାବବିହ୍ବଳ ହେଲେ ପ୍ରଧାନଶିକ୍ଷକ…

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁଳସୀପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡାଙ୍କୁ ବିଦ୍ୟାଳୟ ତରଫରୁ ବୁଧବାର…

ବିବାହର ପ୍ରତିଶ୍ରୁତି ଦେଇ ପ୍ରେମ ପ୍ରତାରଣା, ପ୍ରେମିକଙ୍କୁ କାବୁ କରି ଥାନାରେ ଜିମା ଦେଲେ ପ୍ରେମିକା

ତୁମୁଡିବନ୍ଧ,୧୫।୭(ଦୀପକ କୁମାର ପରାସେଠ): ପ୍ରେମର ମିଠା ପ୍ରତିଶ୍ରୁତି ଦେଇ ଶେଷରେ ଜୀବନ ସହ ଖେଳ। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକରେ ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri