ବୋମାମାଡ଼ କରି ବନ୍ଧାହେଲେ ଦୁଇ ଭାଇ

ଗୋପାଳପୁର,୧୬ା୩(ନବୀନ ରାଜ ଆଚାରୀ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ କରିବା ଘଟଣାରେ ଗୋପାଳପୁର ଥାନା ପୋଲିସ ଦୁଇ ଭାଇଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡ଼ ଗୁମୁଳା ଗ୍ରାମର ଶ୍ରୀକାନ୍ତ ପାତ୍ର, ଭାଇ ସିଦ୍ଧାନ୍ତ ପାତ୍ର ବୋଲି ପୋଲିସ କହିଛି।

ସୂଚନାନୁସାରେ, ଏହି ଥାନା ଅଧିନସ୍ଥ ବଡ଼ ଗୁମୁଳା ଗ୍ରାମର ପ୍ରଦୀପ କୁମାର ବେହେରା ସହିତ ଉକ୍ତ ଗ୍ରାମର ଶ୍ରୀକାନ୍ତ ପାତ୍ର ପୂର୍ବ ଶତ୍ରୁତା ଲାଗି ରହିଥିଲା। ପ୍ରଦୀପଙ୍କ ବାପା କେଦାର ବେହେରା ଅଲଗାରେ ରହୁଥିଲେ। ଶନିବାର କେଦାର ଶ୍ରୀକାନ୍ତ ଫୋନକୁ ପ୍ରଦୀପ ଫୋନ କରିଥିଲେ। ଏହାକୁ ନେଇ ପ୍ରଦୀପ ନାପସନ୍ଦ କରି ଉଭୟ ମଧ୍ୟରେ ପ୍ରବଳ ପାଟି ତୁଣ୍ଡ ହୋଇ ଝଗଡା ହୋଇଥିଲା। ରାତି ପ୍ରାୟ ୧୦ଟାରେ ଶ୍ରୀକାନ୍ତ ତାଙ୍କ ସିଦ୍ଧାନ୍ତ ଓ ଅନ୍ୟ ଜଣ ମିଶି ଏକ ବାଇକ୍‌ରେ ଆସି ପ୍ରଦୀପଙ୍କ ଘର ଉପରେ ବୋମାମାଡ଼ କରି ତିନି ଜଣ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଏ ନେଇ ପ୍ରଦୀପ ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ।ଥାନା କେସ୍‌ ନଂ ୮୪/୨୫ରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରି ଘଟଣାସ୍ଥଳରେ ପହଞ୍ଚିଥିଲା। ଫୁଟା ବୋମାର ଅଂଶକୁ ପୋଲିସ ଜବତ କରିଛି। ଏହି ଘଟଣାରେ ଦୁଇ ଭାଇଙ୍କୁ ପୋଲିସ ଉଠାଇ ନେଇ ଥାନାରେ ଅଟକ ରଖି ପଚାରଉଚରା ଜାରି ରଖିଛି। ସୋମବାର ଶ୍ରୀକାନ୍ତ ଓ ସିଦ୍ଧାନ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ମିଳିଛି।
ସୂଚନାଥାଉ କି, ଗତ କିଛି ଦିନ ହେଲା ଗୋପାଳପୁର ଥାନା ଅଞ୍ଚଳ ଚୋରି, ଲୁଟ୍‌, ଅପରାଧୀ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଅନ୍ୟ ପଟେ ପୋଲିସ ସଠିକ୍‌ ଭାବେ ପେଟ୍ରୋଲିଂ ଓ ବ୍ଲକିଂ କରୁ ନ ଥିବା ସାଧାରଣରେ ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri