ବୋମାମାଡ଼ କରି ବନ୍ଧାହେଲେ ଦୁଇ ଭାଇ

ଗୋପାଳପୁର,୧୬ା୩(ନବୀନ ରାଜ ଆଚାରୀ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ କରିବା ଘଟଣାରେ ଗୋପାଳପୁର ଥାନା ପୋଲିସ ଦୁଇ ଭାଇଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡ଼ ଗୁମୁଳା ଗ୍ରାମର ଶ୍ରୀକାନ୍ତ ପାତ୍ର, ଭାଇ ସିଦ୍ଧାନ୍ତ ପାତ୍ର ବୋଲି ପୋଲିସ କହିଛି।

ସୂଚନାନୁସାରେ, ଏହି ଥାନା ଅଧିନସ୍ଥ ବଡ଼ ଗୁମୁଳା ଗ୍ରାମର ପ୍ରଦୀପ କୁମାର ବେହେରା ସହିତ ଉକ୍ତ ଗ୍ରାମର ଶ୍ରୀକାନ୍ତ ପାତ୍ର ପୂର୍ବ ଶତ୍ରୁତା ଲାଗି ରହିଥିଲା। ପ୍ରଦୀପଙ୍କ ବାପା କେଦାର ବେହେରା ଅଲଗାରେ ରହୁଥିଲେ। ଶନିବାର କେଦାର ଶ୍ରୀକାନ୍ତ ଫୋନକୁ ପ୍ରଦୀପ ଫୋନ କରିଥିଲେ। ଏହାକୁ ନେଇ ପ୍ରଦୀପ ନାପସନ୍ଦ କରି ଉଭୟ ମଧ୍ୟରେ ପ୍ରବଳ ପାଟି ତୁଣ୍ଡ ହୋଇ ଝଗଡା ହୋଇଥିଲା। ରାତି ପ୍ରାୟ ୧୦ଟାରେ ଶ୍ରୀକାନ୍ତ ତାଙ୍କ ସିଦ୍ଧାନ୍ତ ଓ ଅନ୍ୟ ଜଣ ମିଶି ଏକ ବାଇକ୍‌ରେ ଆସି ପ୍ରଦୀପଙ୍କ ଘର ଉପରେ ବୋମାମାଡ଼ କରି ତିନି ଜଣ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଏ ନେଇ ପ୍ରଦୀପ ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ।ଥାନା କେସ୍‌ ନଂ ୮୪/୨୫ରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରି ଘଟଣାସ୍ଥଳରେ ପହଞ୍ଚିଥିଲା। ଫୁଟା ବୋମାର ଅଂଶକୁ ପୋଲିସ ଜବତ କରିଛି। ଏହି ଘଟଣାରେ ଦୁଇ ଭାଇଙ୍କୁ ପୋଲିସ ଉଠାଇ ନେଇ ଥାନାରେ ଅଟକ ରଖି ପଚାରଉଚରା ଜାରି ରଖିଛି। ସୋମବାର ଶ୍ରୀକାନ୍ତ ଓ ସିଦ୍ଧାନ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ମିଳିଛି।
ସୂଚନାଥାଉ କି, ଗତ କିଛି ଦିନ ହେଲା ଗୋପାଳପୁର ଥାନା ଅଞ୍ଚଳ ଚୋରି, ଲୁଟ୍‌, ଅପରାଧୀ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଅନ୍ୟ ପଟେ ପୋଲିସ ସଠିକ୍‌ ଭାବେ ପେଟ୍ରୋଲିଂ ଓ ବ୍ଲକିଂ କରୁ ନ ଥିବା ସାଧାରଣରେ ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

କେମେଷ୍ଟ୍ରି ପେପର ଖରାପ ହୋଇଛି ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ: ଆସୁଛି ଫୋନ କଲ,

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ...

ମାଙ୍କଡ଼ କାମୁଡ଼ାରେ ୪ ଆହତ

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ ଖେଳାଇଛି। ସେହି ମାଙ୍କଡ଼ କାମୁଡାରେ ସୋମବାର ଓ ମଙ୍ଗଳବାର ଦୁଇ ଦିନରେ ଗ୍ରାମର...

ଦିଗପହଣ୍ଡିରେ ଶ୍ରୀ ରାମଚରିତ ମାନସ କାର୍ଯ୍ୟକ୍ରମ: ଶ୍ରୀରାମଚରିତ ସମଗ୍ର ମାନବ ଜାତିର ମାର୍ଗଦର୍ଶକ

ଦିଗପହଣ୍ଡି,୨୨|୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ଵାର ସମ୍ମୁଖରେ ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri