ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ ହିଂସା ଦେଖିବାକୁ ମିଳିଥିଲା । ଏହି କାରଣରୁ ବଡ଼ଭାଇ ବି.ଦଣ୍ଡ ରେଡ୍ଡୀ ତାଙ୍କ ସାନଭାଇ ବି.ନାରାୟଣ ରେଡ୍ଡୀଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରିଥିଲେ । ଛଡ଼ାଇବାକୁ ଯାଇଥିବା ଭଉଣୀ କେ. ସାରସା ରେଡ୍ଡୀଙ୍କ ମୁଣ୍ଡକୁ ମଧ୍ୟ ଦଣ୍ଡ ହାଣି ଦେଇଥିଲେ।

ପରେ ନାରାୟଣ, ନାରାୟଣଙ୍କ ସ୍ତ୍ରୀ କାବେରୀ, ଶାଳକ ବି. ଦେବେନ୍ଦ୍ର ରେଡ୍ଡୀ, ଭଉଣୀ ସାରସା ପ୍ରମୁଖ  ଦଣ୍ଡ ଏବଂ ତାଙ୍କ ସ୍ତ୍ରୀ ଲଳିତାଙ୍କୁ ନିସ୍ତୁକ ମାଡ ମାରି ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ କରିଥିଲେ । ଆହାତମାନଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଏହି ଘଟଣାରେ ତଦନ୍ତକାରୀ ଅଧିକାରୀ ଏଏସଆଇ ଦିଲ୍ଲୀପ ଗରଡ଼ ରବିବାର ଅଭିଯୁକ୍ତ ୨ ଭାଇଙ୍କୁ ଥାନା ମାମଲା ନଂ.୧୭୩/୨୬ ଏବଂ ୧୭୪/୨୬  ଅନୁଯାୟୀ ପୃଥକ ମକଦ୍ଦମାରେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ।

ଉଭୟଙ୍କ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ୨ ଭାଇଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି । ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ରକରି ଦୀର୍ଘଦିନ ହେଲା ନାରାୟଣ ଏବଂ ଦଣ୍ଡ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଲାଗିରହିଥିଲା। ପୂର୍ବରୁ ଗତ ଏପ୍ରିଲ ୧୯ ତାରିଖରେ ନାରାୟଣ ଘରେ ନଥିବା ବେଳେ ତାଙ୍କ ସ୍ତ୍ରୀ କାବେରୀଙ୍କୁ ଦେଢ଼ଶୁର ଦଣ୍ଡ , ଯାଆ ଲଳିତା ଏବଂ ତାଙ୍କ ସହଯୋଗୀ ଆନନ୍ଦ ସେଠୀ ଘର ସମ୍ମୁଖରେ ଅସଦାଚରଣ କରିବା ସହ ମାଡ଼ ମାରିଥିଲେ। ଏନେଇ କାବେରୀ  ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ଅଭିଯୁକ୍ତମାନଙ୍କ ନାଁ ରେ  ମକଦ୍ଦମା ରୁଜୁ କରିଥିଲେ।

ଘଟଣାର ଦୁଇଦିନ ପରେ ୨୧ ତାରିଖ  ସକାଳ ପ୍ରାୟ ସାଢେ ୬ ଟାରେ ନାରାୟଣ କାମ ପାଇଁ ଯାଉଥିବା ବେଳେ ତାଙ୍କୁ ରାସ୍ତାରେ ଅଟକାଇ ଆକ୍ରମଣ କରାଯାଇଥିଲା।ତାଙ୍କୁ ଛଡ଼ାଇବାକୁ ଯାଇଥିବା ଭଉଣୀ ସାରସାଙ୍କୁ ସେମାନେ ଘେରିଯାଇ ବେକ ଓ କାନରୁ ସୁନା ଅଳଙ୍କାର ଛଡାଇ ନେବା ସହ ଦଣ୍ଡ ଧରିଥିବା ଖଣ୍ଡାରେ ତାଙ୍କ ମୁଣ୍ଡକୁ ଚୋଟ ପକାଇଥିଲେ। ପରେ ନାରାୟଣ, ସ୍ତ୍ରୀ କାବେରୀ, ଶାଳକ ଦେବେନ୍ଦ୍ର, ଭଉଣୀ ସାରସା,  ଦଣ୍ଡ ଏବଂ ତାଙ୍କ ସ୍ତ୍ରୀ ଲଳିତା ଙ୍କୁ ସଂଘବଦ୍ଧ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିଲେ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?