ଆଇପିଏଲ୍‌ ଖେଳକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ମାଡ଼ପିଟ୍‌, ଜଣେ ମୃତ

ପଟାଙ୍ଗି,୬ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତର ତଳ ସାହିରେ ବସବାସ କରୁଥିବା ସ୍ବର୍ଗତଃ କମୁ ଲାଛନାଙ୍କ ପୁଅ କମୁ ଅଜିତ୍‌ ଗୁରୁତର ହୋଇ ଆନ୍ଧ୍ର ରାଜ୍ୟର ଏକ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ରହିଥିଲେ। ଗୁରୁବାର ବିଳମ୍ବିତ ରାତିରେ ମୃତ୍ୟୁବରଣ କରିବା ପରେ ମୃତ ଯୁବକଙ୍କ ମା’ ଓ ପରିବାରବର୍ଗ ଶୁକ୍ରବାର ସ୍ଥାନୀୟ ପୋଲିସ ନିକଟରେ ପହଞ୍ଚି ମୃତର କାରଣ ସମ୍ପର୍କରେ ଲିଖିତ ଅଭିଯୋଗ କରିଛନ୍ତି।

ସୂଚନାନୁଯାୟୀ, ଗତ ମଙ୍ଗଳବାର ତଥା ୩ ତାରିଖ ଦିନ ହୋଇଥିବା ଆଇପିଏଲ ଖେଳ ଉପରୋକ୍ତ ସାହିର ସମସ୍ତ ଯୁବକ ଓ ସାହି ବାସିନ୍ଦା ଦେଖି ମନୋରଞ୍ଜନ କରୁଥିଲେ। ଏହି ସମୟରେ ବିରାଟ କୋହଲି ଆଉଟ ହୋଇଯିବା ଫଳରେ ମୃତ ଯୁବକ ଅଜିତ୍‌ ପାଟିତୁଣ୍ଡ କରିଥିଲେ। ଏହାକୁ ନେଇ ବଡ଼ବାପା କମୁ ଏଙ୍କେଟିଙ୍କ ପୁଅ କମୁ ପାଉଲୁ ପ୍ରତିବାଦ କରି କାହିଁକି ପାଟିତୁଣ୍ଡ କରୁଛୁ କହି ନିଜ ନିଜ ମଧ୍ୟରେ କଥାକଟି ହୋଇ କମୁ ପାଉଲୁ ରାଗି ଯାଇ ଏକ ଠେଙ୍ଗା ସହ ସାନ ଭାଇ ତଥା ଦାଦା ପୁଅ ଅଜିତର ମୁଣ୍ଡରେ ଶକ୍ତ ପ୍ରହାର କରିଥିଲେ। ଫଳରେ ଘଟଣାସ୍ଥଳରେ ମୃତ ଅଜିତ୍‌ ରକ୍ତାକ୍ତ ହୋଇ ଗୁରୁତର ହୋଇପଡ଼ିଥିଲେ। ଘଟଣାସ୍ଥଳରେ ଉପସ୍ଥିତ ଅନ୍ୟ ଯୁବକମାନେ ଆହତ ଅଜିତଙ୍କୁ ଉଦ୍ଧାର କରି ପଟ୍ଟାଙ୍ଗି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇ ଚିକିତ୍ସା କରିଥିଲେ। ଆହତ ଅଜିତ ଗୁରୁତର ଥିବାରୁ ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ମଧ୍ୟ ଯୁବକ ଜଣକଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିବାରୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ପରିବାର ବର୍ଗ ଉକ୍ତ ମେଡ଼ିକାଲ ନ ନେଇ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ଏକ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଉ ଥିବାବେଳେ ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ଆହତ ଯୁବକ ଅଜିତଙ୍କ ମୃତ୍ୟୁ ଘଟିଛି। ଏନେଇ ଥାନାଧିକାରୀ ଚତୁର୍ଭୁଜ ନାୟକଙ୍କୁ ପଚାରିବାରୁ ଉପରୋକ୍ତ ଘଟଣାକୁ ନେଇ ଲିଖିତ ଅଭିଯୋଗ ଆସିଛି ତଦନ୍ତ ଚାଲିଛି ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri