ଗାଧୋଇବା ବେଳେ ଭାସିଗଲେ ୨ ଭାଇ: ମିଳିଲା ବଡ଼ ଭାଇର ମୃତଦେହ, ସାନ ଏବେ ବି…

ଡୁଙ୍ଗୁରିପାଲି ୧୦।୭ (ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅଧୀନ ଧର୍ମଦାଣ୍ଡି ନାଳରେ ଏକ ଅଘଟଣ ଘଟିଛି। ମାଝୀମୁଣ୍ଡା ଗାଁର ୨ ଭାଇ ଧର୍ମଦାଣ୍ଡି ନାଳରେ ବୁଧବାର ଗାଧୋଇବାକୁ ଯାଇ ଭାସିଯାଇ ଥିଲେ। ଖବର ପାଇ ଡୁଙ୍ଗୁରିପାଲି ଅଗ୍ନିଶମ ବାହୀନି ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ।

ନାଲ ତଳମୁଣ୍ଡ ପ୍ରାୟ ୩ କିମି ଦୂର ପାନଖାଇ ନାଲର ଏକ ଗଛଖୁଣ୍ଟରେ ଅଟକି ଜଣେ ବ୍ୟକ୍ତି ଭାସୁଥିବା ଗୁରୁବାର ସ୍ଥାନୀୟ ଲୋକେ ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ତୁରନ୍ତ ଅଗ୍ନିଶମ ସେବା କେନ୍ଦ୍ର ଅଧିକାରୀ ଏବଂ ତାଙ୍କ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ବଡ଼ଭାଇ ଟିକେଶ୍ୱର ବାରିକଙ୍କ ମୃତଦେହ ଉଦ୍ଧାର କରିଥିଲେ।

ଡୁଙ୍ଗୁରିପାଲି ପୋଲିସ ପହଞ୍ଚି ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହ ଜବତ କରିଥିଲା। ଅନ୍ୟପକ୍ଷେ ନାଲରେ ପାଣିସ୍ରୋତ ପ୍ରଖର ଥିବା ବେଳେ ରାମପୁର ଅଗ୍ନିଶମ କେନ୍ଦ୍ରର ଏକ ଟିମ୍‌ ଏବଂ ଡୁଙ୍ଗୁରିପାଲି ଅଗ୍ନିଶମ ବାହୀନି ଦୀର୍ଘ ସମୟରେ ଧରି ଖୋଜାଖୋଜି କରିଥିଲେ। ହେଲେ ସାନ ଭାଇ ନିରଞ୍ଜନଙ୍କ ପତ୍ତା ମିଳି ନ ଥିବା ଅଗ୍ନିଶମ ସେବା କେନ୍ଦ୍ର ଅଧିକାରୀ ପାଉଲସ କୁଜୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri