ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସିଲେ ୨ ଭାଇ, ଜଣେ ମୃତ

ଦେବଗଡ଼,୩୦।୬ (ଡି.ଏନ୍‌.ଏ): ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଜଣେ ଶିଶୁର ମୃତ୍ୟୁ ଘଟିଛି। ଏଭଳି ଏକ ଦୁର୍ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଚନ୍ଦନଖୁଂଟି ଗ୍ରାମରେ। ମୃତକ ଜଣଙ୍କ ହେଲେ ସାଇ ନାୟକ(୫)। ସେହିପରି ଅନ୍ୟ ଜଣେ ଶିଶୁ ସାଇ ନାୟକ(୫)ଙ୍କୁ ଗୁରୁତର ଅବସ୍ଥାରେ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନାନୁସାରେ, ଅପରାହ୍ନ ପ୍ରାୟ ୪ ଟା ସମୟରେ ଚନ୍ଦନଖୁଣ୍ଟି ଗ୍ରାମର ମହେଶ୍ୱର ନାୟକଙ୍କ ୨ ଜାଆଁଳା ପୁଅ ଓମ ନାୟକ ଓ ସାଇ ନାୟକ ଘର ଅଗଣାରେ ଖେଳିସାରି ଘର ଭିତରକୁ ଯାଉଥିବା ବେଳେ ହଠାତ୍‌ ବିଦ୍ୟୁତ ତାର ସଂସ୍ପର୍ଷରେ ଆସି ଗୁରୁତର ଆହତ ହୋଇଥିଲେ। ପରିବାର ଲୋକେ ଉଭୟଙ୍କୁ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ଯାଇଥିଲେ । ସେଠାରେ ପହଞ୍ଚିବା ପରେ ଡାକ୍ତର ସାଇକୁ ମୃତ ଘୋଷଣା କରିଥିଲେ। ତେବେ ଓମ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧିନ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri