ନାବାଳିକାଙ୍କୁ ବର୍ଷେ ହେବ ବଳାତ୍କାର କରୁଥିଲେ ୨ ଭାଇ, ଗର୍ଭବତୀ ହେବାପରେ…

କୁଜଙ୍ଗ,୨୫।୭(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗର୍ଭବତୀ କରିବା ସହ ହତ୍ୟା ଧମକ ଦିଆଯାଇଛି। ଏହି ଅଭିଯୋଗରେ ଉକ୍ତ ଅଞ୍ଚଳର ୨ ଭାଇଙ୍କୁ ପୋଲିସ ଗୁରୁବାର ଥାନାରେ ଅଟକ ରଖି ପଚରାଉଚୁରା କରୁଛି। ଏନେଇ ପୀଡ଼ିତାଙ୍କ ବାପାଙ୍କ ଅଭିଯୋଗକ୍ରମେ ପୋଲିସ ମାମଲା (ନଂ.୨୭୨/୨୫) ରୁଜୁ କରିଛି। ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯିବା ସହ ଚିକିତ୍ସା ଚାଲିଛି। ଅଭିଯୋଗ ଅନୁଯାୟୀ, ଝିଅ ସହ ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ୨ ପୁଅ ପ୍ରାୟ ଏକ ବର୍ଷ ପୂର୍ବରୁ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ। ଫଳରେ ପୀଡ଼ିତା ୬ ମାସର ଗର୍ଭବତୀ ହୋଇଛନ୍ତି। ଏବିଷୟରେ ଜଣାପଡ଼ିବା ପରେ ଅଭିଯୁକ୍ତ ୨ ଭାଇ ଓ ସ୍ଥାନୀୟ ଅଞ୍ଚଳର ଅନ୍ୟ ଜଣେ ବ୍ୟକ୍ତି ପୀଡ଼ିତାଙ୍କ ବାପାଙ୍କୁ ଘଟଣା ପ୍ରଘଟ ନ କରିବା ପାଇଁ ଟଙ୍କା ଯାଚିଥିଲେ। ମାତ୍ର ସେ ରାଜି ନ ହେବାରୁ ଉଭୟ ବାପା ଓ ଝିଅଙ୍କୁ ହତ୍ୟା ଧମକ ଦିଆଯାଇଛି ବୋଲି ଅଭିଯୋଗରେ ଉଲ୍ଲେଖ କରିଛନ୍ତି। କୁଜଙ୍ଗ ଥାନା ସବ୍‌ଇନ୍ସପେକ୍ଟର ରଶ୍ମିରଞ୍ଜନ ସାହୁ ତଦନ୍ତକାରୀ ଅଧିକାରୀ ଥିବାବେଳେ ଘଟଣାର ଗୁରୁତ୍ୱକୁ ନେଇ ତିର୍ତ୍ତୋଲ ଏସ୍‌ଡିପିଓ ତଦନ୍ତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri