ଶିକାରୀଙ୍କ ବିଦ୍ୟୁତ୍‌ ତାରରେ ଲାଗି ୨ ଭାଇ ମୃତ

ହିଞ୍ଜିଳିକାଟୁ,୫ା୯(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସିଙ୍ଗିପୁର ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଶିକାର କରିବା ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଭାଇଙ୍କ ମୃତ୍ୟୁ ଘଟିଛି । ସେମାନେ ହେଲେ ସିଙ୍ଗିପୁର ଗ୍ରାମର ରମେଶ ମୁନି (୫୫) ଓ ମଙ୍ଗୁଳୁ ମୁନି (୫୦)। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛି।
ଶୁକ୍ରବାର ରାତିରେ ଦୁଇ ଭାଇ ରମେଶ ଓ ମଙ୍ଗୁଳୁ ଜମିରେ ପାଣି ମଡ଼ାଇବାକୁ ଯାଇ ଆଉ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରି ଶନିବାର ଅପରାହ୍ନରେ ଚାଷଜମି ନିକଟ ଲଟାବୁଦାରେ ଉଭୟଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ବନ୍ୟ ଜନ୍ତୁ ଶିକାର ପାଇଁ କେହି ବିଦ୍ୟୁତ ତାର ପକାଇଥିବାରୁ ସେଥିରେ ଲାଗି ୨ଭାଇଙ୍କ ମୃତ୍ୟୁ ଘଟିଥିବା ଆଲୋଚନା ହେଉଛି। ଏ ନେଇ ନଂ.୩୧୦/୨୦ରେ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?