୨ ଭାଇ ଚଲାଉଥିଲେ ନକଲି ବିଦେଶୀ ମଦ କାରଖାନା

ଝାରସୁଗୁଡ଼ା ଅଫିସ,୧୦ା୧୦: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓ ବେଲପାହାଡ଼ ଅଞ୍ଚଳରେ ନକଲି ବିଦେଶୀ ମଦ ତିଆରି ଚାଲିଥିବା ନେଇ ଗୁଇନ୍ଦା ବିଭାଗ ସୂତ୍ରରୁ ଖବର ମିଳିଥିଲା। ସ୍ଥାନୀୟ ଅବକାରୀ ବିଭାଗକୁ ନ ଜଣାଇ ସମ୍ବଲପୁର ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ବ୍ରଜରାଜନଗର ତେଲେନପାଲି ଗଣେଶନଗରର ଏକ ଘର ଉପରେ ଚଢାଉ କରିଥିଲା। ଏଥିରେ ସମ୍ପୃକ୍ତ ୨ ଭାଇଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଶିବ କୁମାର ସନହରା ଓ ସରୋଜ କୁମାର ସନହରା। ଗିରଫ ଅଭିଯୁକ୍ତଙ୍କ ନିକଟରୁ ଅବକାରୀ ଟିମ୍‌ ବିଭିନ୍ନ ପ୍ରକାରର ଶତାଧିକ ବିଦେଶୀ ମଦ ବୋତଲ ଜବତ କରିଛି। ଏହା ସହିତ ଜବତ ହୋଇଛି ଖାଲି ବୋତଲ, ଠିପି, ନକଲି ଲେବୁଲ୍‌। ଜବତ ସାମଗ୍ରୀର ମୂଲ୍ୟ ଦେଢଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ସୂତ୍ରରୁ ଜଣାପଡିଛି। ନକଲି ଲେବୁଲ୍‌ରେ ଅରୁଣାଚଳ ପ୍ରଦେଶ ଲେଖା ରହିଥିବା ଦେଖିବାକୁ ମିଳିଛି। ଏହି ମଦକୁ ଅଞ୍ଚଳରେ ଥିବା ବିଭିନ୍ନ ହୋଟେଲ ଓ ଢାବାକୁ ପଠାଯାଉଥିଲା ବୋଲି ଗିରଫ ଅଭିଯୁକ୍ତ ପ୍ରକାଶ କରିଛନ୍ତି। ଏହି ର଼୍ୟାକେଟ୍‌ର ଚେର ରାଜ୍ୟ ବାହାରକୁ ଲମ୍ବିଥିବା ଅବକାରୀ ବିଭାଗର ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏଥିରେ ରାଉରକେଲା ଜଲଦା ଅଞ୍ଚଳର ଜଣେ ମୁଖ୍ୟ ଅଭିଯୁକ୍ତ ରହିଛନ୍ତି। ଏହି ସ୍କ୍ବାଡ୍‌ରେ ସମ୍ବଲପୁର ଅବକାରୀ ଇନ୍ସପେକ୍ଟର ଶ୍ରୁତିକାନ୍ତ ରାଉତ, ଏସ୍‌ଆଇ କେ.ସି. ମଲ୍ଲିକଙ୍କ ସମେତ ୧୦ଜଣ ଅଧିକାରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛଇ। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri