ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଆଲିଗଣ୍ଡା ଗାଁରେ। ସରକାରୀ ଲକ୍ଷ୍ମୀ ବସ୍‌ ଦୁର୍ଗମ ଅଞ୍ଚଳର ଗରଡମାରୁ ମୋହନା ଆସୁଥିଲା। ବ୍ରହ୍ମପୁରରୁ ପଦ୍ମାଳୟ ନାମକ ଘରୋଇ ଯାତ୍ରୀ ବସ୍‌ କନ୍ଧମାଳ ଜିଲା ବ୍ରାହ୍ମୁଣୀଗାଁ ପଟେ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହା ଫଳରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଯାତ୍ରୀ। ଲକ୍ଷ୍ମୀବସ୍‌ରେ ଥିବା ଛ’ ଜଣ ଯାତ୍ରୀଙ୍କ ମଧ୍ୟରୁ ୪ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଅଡ଼ବା ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯାଉଛି। ଅନ୍ୟପଟେ ଘରୋଇ ବସ୍‌ରେ ଥିବା ପାଖପାଖି ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଘଟଣାସ୍ଥଳରେ ଅଡ଼ବା ପୋଲିସ ପହଞ୍ଚି କେଉଁ କାରଣରୁ ଏହିପରି ଘଟଣା ଘଟିଲା ତଦନ୍ତ ଜାରି ରଖିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri