ଦୁଇ କାର୍‌ ମୁହାଁମୁହିଁ ଧକ୍କା: ମାଉସୀ-ପୁତୁରା ଆହତ, ଜଣେ ଗୁରୁତର

ଦିଗପହଣ୍ଡି,୧୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ନିକଟରେ ଶନିବାର ପୂର୍ବାହ୍ନରେ ବିପରୀତ ଦିଗରୁ ଆସୁଥିବା ୨ଟି କାର ଚାଳକଙ୍କ ଅସାବଧାନତା ଯୋଗୁ ଦୁର୍ଘଟଣା ଘଟିଛି। ଉଭୟ କାର ରାସ୍ତା କଡ଼କୁ ଓଲଟି ପଡ଼ିବାରୁ କାର୍‌ ମଧ୍ୟରେ ଥିବା ଗଜପତି ଜିଲା ମୋହନା ଥାନା କୁଟିଗୁଡ଼ା ଗ୍ରାମର ଆଶ୍ୱାସନା ନାୟକ ଏବଂ ଅଡବା ଗ୍ରାମର ଆକାଶ ଉଠାଣ ସିଂ ମାଉସୀ, ପୁତୁରା ଆହତ ହୋଇଛନ୍ତି। ଉଭୟଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନା ସ୍ଥାନାନ୍ତରିତ କରାଯାଇଛି। ଆହତ ଆଶ୍ୱାସନାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ବେଳେ ଆକାଶ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡ଼ିଛି। ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରିବାସହ ଦୁର୍ଘଟଣାଗ୍ରସ୍ତ କାର୍‌ ୨ଟିକୁ ଜବତ କରି ମୋକଦ୍ଦମା ରୁଜୁ କରିଛନ୍ତି। କାର୍‌ ନଂ. ଓଏଏଫ୍‌ ୬୩୩୨ ଅଡ଼ବା ଗ୍ରାମରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ କାର୍‌ ନଂ. ଓଆର ୦୨ – ବିଭି ୩୪୩୬ ବ୍ରହ୍ମପୁରରୁ ପୋଡ଼ାମାରୀ ଗ୍ରାମ ଅଭିମୁଖେ ଯାଉଥିବା ବେଳେ ଉଭୟ କାର୍‌ ଓଭରଟେକ କରିବା ସମୟରେ ଏଭଳି ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri