ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ
ଗୋଟିଏ କାର୍‌ ଅନ୍ୟ ଏକ କାର୍‌ର ପଛକୁ ଧକ୍କା ଦେଇ ଡିଭାଇଡର ଅତିକ୍ରମ କରି ଅନ୍ୟ ପାର୍ଶ ରୋଡ୍‌କୁ ଯାଇ ବିପରୀତ ଦିଗରୁ ଆସୁଥିବା ଏକ ଟ୍ୟାଙ୍କରକୁ ଧକ୍କା ଦେଇଛି।

ମିଳିଥିବା ସୂଚନାନୁଯାୟୀ, ବ୍ରହ୍ମପୁର ପାର୍ଶରୁ ଦୁଇଟି କାର୍‌ ଭୁବନେଶ୍ୱର ଅଭିମୁଖେ ଆଗପଛ ହୋଇ ଯାତ୍ରା କରୁଥିଲେ। ହଠାତ୍‌ ହୁମ୍ମା ନିକଟ ଜସଷ୍ଟିଂଙ୍ଗ ନିକଟରେ ଧଳା ରଙ୍ଗର କାର୍‌ ଯାହାର ନମ୍ବର ଓଡି ୦୨ ସିଓ୍ବାଇ ୦୩୦୦ ଅତି ଦ୍ରୁତଗତିରେ ଆଗରେ ଯାଉଥିବା କଳା ରଙ୍ଗର କାର୍‌ ଯାହାର ନମ୍ବର ୨୫ ବିଏଚ୍‌ ୯୮୬୧ଏଫ୍‌କୁ ପଛପଟୁ ଜୋରରେ ଧକ୍କା ଦେବା ଫଳରେ ଆଗ କାର୍‌ଟି ରାସ୍ତା ପାଶର୍‌ବ ଜମିକୁ ଓଲଟି ଯାଇଥିଲା, କିନ୍ତୁ ଧକ୍କା ଦେଇଥିବା ଧଳା ରଙ୍ଗର କାର୍‌ ଡିଭାଇଡର ଅତିକ୍ରମ କରି ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଇଣ୍ଡିଆନ ଅଏଲ ଟ୍ୟାଙ୍କର ଯାହାର ନମ୍ବର ଓଡି ୦୭ ଜି ୮୩୩୩ର ପଛପଟକୁ ଜୋର୍‌ରେ ଧକ୍କା ଦେଇଥିଲା। ଫଳରେ କାର୍‌ ଦୁଇଟି ଓ ପେଟ୍ରୋଲ ଟ୍ୟାଙ୍କର ଭଙ୍ଗାରୁଜା ହୋଇଛି ଏବଂ କାର୍‌ରେ ବସିଥିବା ଯୁବତୀ-ଯୁବକ ସାମାନ୍ୟ ଆହତ ହୋଇଥିବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଗଞ୍ଜାମ ଓ ଛତ୍ରପୁର ମେଡିକାଲକୁ ପଠାଯାଇଛି। ଘଟଣାସ୍ଥଳରେ ହୁମ୍ମା ଫାଣ୍ଡି ଅଧିକାରୀ ବିନୟ କୁମାର ଦାଶ ଏବଂ ତାଙ୍କ ଟିମ୍‌ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି। ଉଭୟ ପକ୍ଷକୁ ଡକା ଯାଇ ଆଲୋଚନା କରାଯିବ ବୋଲି ହୁମ୍ମା ଫାଣ୍ଡି ଅଧିକାରୀ ଦାଶ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?