Posted inଖେଳ

ଶତକ ଟେଷ୍ଟରେ ଦ୍ୱିଶତକ: ରୁଟ୍‌ ପ୍ରଥମ

ଚେନ୍ନାଇ,୭ା୨(ପି.ଟି.)-ନିଜ ଶହେତମ ଟେଷ୍ଟରେ ଦ୍ୱିଶତକ ହାସଲ କରିବାରେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ବିଶ୍ୱର ପ୍ରଥମ କ୍ରିକେଟର ହେବାର ଗୌରବ ଅର୍ଜନ କରିଛନ୍ତି। ଶନିବାର ଭାରତ ବିପକ୍ଷ ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିବସରେ ରୁଟ୍‌ ଏହି ସଫଳତା ହାସଲ କରିଛନ୍ତି। ଏହି ୩୦ ବର୍ଷୀୟ କ୍ରିକେଟର ଦ୍ୱିତୀୟ ସେସନରେ ଲେଗ୍‌ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ବୋଲିଂରେ ଲଙ୍ଗ୍‌ଅନ୍‌କୁ ଏକ ଛକା ମାରି ତାଙ୍କ ଦ୍ୱିଶତକ ପୂରଣ କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ତରଫରୁ ଇଂଲଣ୍ଡ ଅଧିନାୟକଙ୍କର ଉଚ୍ଚ ପ୍ରଶଂସା କରାଯାଇଛି। ପୂର୍ବରୁ ୧୦୦ତମ ଟେଷ୍ଟରେ ଶ୍ରେଷ୍ଠ ସ୍କୋର ରେକର୍ଡ ପାକିସ୍ତାନର ପୂର୍ବତନ ଅଧିନାୟକ ଇଞ୍ଜାମାମ୍‌ ଉଲ ହକ୍‌ଙ୍କ ନାମରେ ରହିଥିଲା। ସେ ୨୦୦୫ରେ ବେଙ୍ଗାଲୁରୁଠାରେ ଭାରତ ବିପକ୍ଷରେ ୧୮୫ ରନ କରିଥିଲେ। ରୁଟ୍‌ଙ୍କର ଏହାଥିଲା ୫ମ ଦ୍ୱିଶତକ। ସେ ୨୦୦୮ ରନ୍‌ କରି ଶାହାବାଜ ନଦିମଙ୍କ ବଲ୍‌ରେ ଏଲ୍‌ବିଡବ୍ଲ୍ୟୁ ହୋଇଯାଇଥିଲେ। ୫ଟି ଦ୍ୱିଶତକ ହାସଲ କରିଥିବା ଅନ୍ୟ ଖେଳାଳିମାନେ ହେଲେ ଇଂଲଣ୍ଡର ଆଲିଷ୍ଟର କୁକ୍‌, ଦକ୍ଷିଣ ଆଫ୍ରିକାର ଗ୍ରେମ୍‌ ସ୍ମିଥ୍‌ ଓ ଭାରତର ରାହୁଲ ଡ୍ରାଭିଡ। ଶୁକ୍ରବାର ରୁଟ୍‌ ୯ମ ଖେଳାଳି ହିସାବରେ ତାଙ୍କ ୧୦୦ତମ ଟେଷ୍ଟରେ ଶତକ ହାସଲ କରିଥିଲେ। ଏହା ଥିଲା ତାଙ୍କ କ୍ୟାରିୟରର ୨୦ତମ ଟେଷ୍ଟ ଶତକ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମେସିଙ୍କ ୭୦ଫୁଟ୍‌ର ପ୍ରତିମୂର୍ତ୍ତି ଉନ୍ମୋଚିତ

କୋଲକାତା, ୧୩ା୧୨: ଶନିବାର କୋଲକାତାର ଲେକ୍‌ ସହର ଅନ୍ତର୍ଗତ ଶ୍ରୀଭୂମି ସ୍ପୋର୍ଟିଂ କ୍ଲବ ପରିସରରେ ଷ୍ଟାର ଫୁଟ୍‌ବଲର ଲାୟୋନେଲ ମେସି ତାଙ୍କର ଏକ ୭୦ଫୁଟ୍‌ ଉଚ୍ଚତା...

ମେସିଙ୍କ କୋଲକାତା ଇଭେଣ୍ଟ, ଅଡୁଆରେ ପଡ଼ିଲେ ଅର୍ଗାନାଇଜର, ଗଠନ ହେଲା ତଦନ୍ତ କମିଟି

କୋଲକାତା,୧୩।୧୨: କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ କନସର୍ଟରେ ଘଟିଥିବା ବିଶାଳ ବିଶୃଙ୍ଖଳା ସମ୍ପର୍କରେ ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାର କହିଛନ୍ତି ଯେ କାର୍ଯ୍ୟକ୍ରମର...

କାହିଁକି ଷ୍ଟାଡ଼ିୟମରେ ହେଲା ହଙ୍ଗାମା, କାହିଁକି ରାଗିଲେ ମେସିଙ୍କୁ ଦେଖିବାକୁ ଆସିଥିବା ଦର୍ଶକେ, ସରକାର ନେଲେ କି…

କୋଲକାତା,୧୩।୧୨: ଶନିବାର ସକାଳେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ଦେଖିବା ପାଇଁ କୋଲକାତାର ସଲ୍ଟ ଲେକ ଷ୍ଟାଡିୟମରେ ପ୍ରଶଂସକମାନେ ଏକାଠି ହୋଇଥିଲେ। GOAT ଇଣ୍ଡିଆ...

ଭିନ୍ନ ଷ୍ଟାଇଲରେ ପୁଅ ସହ ମେସିଙ୍କୁ ଭେଟିଲେ ଶାହାରୁଖ, ଭିଡିଓ ଭାଇରାଲ

କୋଲକାତା,୧୩।୧୨: ଭାରତୀୟ ପ୍ରଶଂସକମାନେ ଏକ ସ୍ମରଣୀୟ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ ଯେତେବେଳେ ବଲିଉଡର ‘ବାଦଶାହା’ ଶାହରୁଖ ଖାନ ଏବଂ ଫୁଟବଲର ‘ବାଦଶାହା’ ଲିଓନେଲ ମେସିଙ୍କ ସାକ୍ଷାତ...

ମେସିଙ୍କୁ ଦେଖିବା ପାଇଁ ହଙ୍ଗାମା: କ୍ଷମା ମାଗିଲେ ମମତା

କୋଲକାତା,୧୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ନେଇ କୋଲକାତାରେ ବିଶୃଙ୍ଖଳା ସୃଷ୍ଟି ହୋଇଛି। ମେସି ସଲ୍ଟ ଲେକ ଷ୍ଟାଡିୟମରେ ପହଞ୍ଚିବା ପରେ ଅଧିକ ମୂଲ୍ୟର...

ମେସିଙ୍କୁ ଦେଖିବାକୁ ହଙ୍ଗାମା, ଚେୟାର ଭାଙ୍ଗିଲେ.. ବୋତଲ ଫିଙ୍ଗିଲେ

ନୂଆଦିଲ୍ଲୀ,୧୩।୧୨: ଆର୍ଜେଣ୍ଟିନା ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସି ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ତାଙ୍କର ଗସ୍ତ କୋଲକାତାରୁ ଆରମ୍ଭ ହୋଇଛି। ମେସି ହେଉଛନ୍ତି ମିଳିତ...

ମାତ୍ର ୧ ବର୍ଷ ବୟସରେ ଇତିହାସ ରଚିଲେ ବେଦ ପରେଶ: ୮ ସେକେଣ୍ଡରେ କଲେ…

ନୂଆଦିଲ୍ଲୀ,୧୩।୧୨: ଏକ ବର୍ଷର ବେଦ ପରେଶ କ୍ରୀଡା ଜଗତରେ ଏକ ନୂତନ ରେକର୍ଡ ସ୍ଥାପନ କରିଛନ୍ତି। ମହାରାଷ୍ଟ୍ରର ରତ୍ନଗିରିର ବାସିନ୍ଦା, ବେଦ ଇଣ୍ଡିଆ ବୁକ ଅଫ...

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଘୋଷଣା, ପାକିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ କହିଲେ…

ନୂଆଦିଲ୍ଲୀ,୧୩।୧୨: ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ଅଣ୍ଡର୧୯ ଏସିଆ କପର ପ୍ରଥମ ମ୍ୟାଚରେ ୟୁଏଇ ବିପକ୍ଷରେ ୧୭୧ ରନର ଏକ ଚମତ୍କାର ଇନିଂସ ଖେଳି ପ୍ରଶଂସକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri